ନୂଆଦିଲ୍ଲୀ: Today Petrol-Diesel Rate 6 August 2022: ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ମୂଲ୍ୟରେ ହ୍ରାସ ବୃଦ୍ଧି ଆମର ପକେଟ ଉପରେ ସିଧାସଳଖ ପ୍ରଭାବ ପକାଇଥାଏ । ସେଥିପାଇଁ ଆମର ନଜର ପ୍ରତିଦିନ ଏହାର ମୂଲ୍ୟ ଉପରେ ଥାଏ । ଆଜି (ଶନିବାର) ଅର୍ଥାତ ଅଗଷ୍ଟ ୬ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି ।  ଆଜି ଲଗାତର ୭୬ ଦିନ ହେବ ପେଟ୍ରୋଲ ଓ ଡିଜେଲ ଦରରେ କୌଣସି ପରିବର୍ତ୍ତନ ଘଟି ନାହିଁ । ଅନ୍ୟପଟେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟ (Crude Oil Price) ରେ ଲଗାତର ହ୍ରାସ ଘଟିବାରେ ଲାଗିଛି । ଅଶୋଧିତ ତୈଳ ମୂଲ୍ୟ ୬ ମାସର ତଳ ସ୍ତରକୁ ଖସି ଆସିଛି । ଏଭଳି ପରିସ୍ଥିତିରେ ଇନ୍ଧନ ମୂଲ୍ୟରେ ରିହାତି ଆଶା ବୃଦ୍ଧି ପାଇଛି । ବ୍ରେଣ୍ଟ ଅଶୋଧିତ ବ୍ୟାରେଲ ପିଛା ୯୪.୦୨ ଡଲାର ଥିବାବେଳେ ଡବ୍ଲୁଟିଆଇ ବ୍ୟାରେଲ ପିଛା ୮୮.୪୮ ଡଲାରରେ ପହଞ୍ଚିଛି । 


COMMERCIAL BREAK
SCROLL TO CONTINUE READING

ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ, ଆଜି ରାଜଧାନୀ ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୯୬.୭୨ ଟଙ୍କା ଓ ଗୋଟିଏ ଲିଟର ଡିଜେଲ ୮୯.୬୨ ଟଙ୍କା ରହିଛି । ସେପଟେ ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ସ୍ଥିରତା ଦେଖାଦେଇଛି । 


ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୬.୭୨ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୬.୩୧ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୬.୦୩ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୬୩ ଟଙ୍କା ରହିଛି । ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୩.୧୯ ଟଙ୍କା ରହିଛି । ଗତକାଲି ଏଠାରେ ପେଟ୍ରୋଲ ଦର ୧୦୩.୧୯ ଟଙ୍କା ଥିଲା ।


ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୬୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୪.୨୭ ଟଙ୍କା ଓ କୋଲକାତାରେ ଲିଟର ପିଛା ୯୨.୭୬ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୪.୨୪ ଟଙ୍କା ରହିଛି । ରାଜଧାନୀ ଭୁବନେଶ୍ୱରରେ ଡିଜେଲ ଦର ୯୪.୭୬ ଟଙ୍କାରେ ବିକ୍ରି ହେଉଛି । ଗତକାଲି ଡିଜେଲ ଦର ୯୪.୭୬ ଟଙ୍କା ଥିଲା । 


ଏହା ବି ପଢ଼ନ୍ତୁ:-କିପରି ହୋଇଥାଏ ଉପରାଷ୍ଟ୍ରପତି ନିର୍ବାଚନ, କିଏ କିଏ ଦିଅନ୍ତି ଭୋଟ୍; ଜାଣନ୍ତୁ ପୁରା ପ୍ରକ୍ରିୟା


ଏହା ବି ପଢ଼ନ୍ତୁ:-ଆଜି ଉପରାଷ୍ଟ୍ରପତି ନିର୍ବାଚନ: ଜଗଦୀପ ଧନଖର ଓ ମାର୍ଗରେଟ୍ ଆଲଭା, କାହାକୁ ମିଳିବ କେତେ ଭୋଟ୍, ଜାଣନ୍ତୁ କ'ଣ ରହିଛି ସମୀକରଣ


ଜାଣନ୍ତୁ ଆପଣଙ୍କ ସହରର ରେଟ୍


ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।


ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx


ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।