ରାଜଧାନୀରେ ପୁଣି ବଢ଼ିଲା ପେଟ୍ରୋଲ ଦର

ଆଜି ତୈଳ କମ୍ପାନୀଗୁଡିକ ଦିଲ୍ଲୀ, ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇରେ ପେଟ୍ରୋଲର ମୂଲ୍ୟରେ କୌଣସି ବୃଦ୍ଧି କରିନାହାଁନ୍ତି । କିନ୍ତୁ ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦରରେ ୮୯ ପଇସାର ବୃଦ୍ଧି ଘଟିଛି ।

ରାଜଧାନୀରେ ପୁଣି ବଢ଼ିଲା ପେଟ୍ରୋଲ ଦର

ନୂଆଦିଲ୍ଲୀ: ବୈଶ୍ୱିକ ବଜାରରେ ଅଶୋଧିତ ତୈଳ ଦରରେ ହ୍ରାସ ଘଟିଛି । କିନ୍ତୁ ଭାରତୀୟ ବଜାରରେ ଏହାର କୌଣସି ପ୍ରଭାବ ଦେଖିବାକୁ ମିଳିନାହିଁ । ଆଜି ଅର୍ଥାତ ଶୁକ୍ରବାର ଦିଲ୍ଲୀ ସମେତ ଦେଶର ୪ଟି ମହାନଗରରେ ପେଟ୍ରୋଲ-ଡିଜେଲ ଦର(Petrol-Diesel Rate)ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଅନ୍ୟପଟେ ଆଜି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦରରେ ବୃଦ୍ଧି ରେକର୍ଡ  କରାଯାଇଥିବା ବେଳେ ଡିଜେଲ ମୂଲ୍ୟରେ ହ୍ରାସ ଘଟିଛି ।  

ଆଜି ତୈଳ କମ୍ପାନୀଗୁଡିକ ଦିଲ୍ଲୀ, ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇରେ ପେଟ୍ରୋଲର ମୂଲ୍ୟରେ କୌଣସି ବୃଦ୍ଧି କରିନାହାଁନ୍ତି । କିନ୍ତୁ ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦରରେ ୮୯ ପଇସାର ବୃଦ୍ଧି ଘଟିଛି । ସେପଟେ ଦିଲ୍ଲୀ, ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇରେ ଡିଜେଲ ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଅନ୍ୟପଟେ ଭୁବନେଶ୍ୱରରେ ଡିଜେଲ ମୂଲ୍ୟରେ ୧୧ ପଇସାର ହ୍ରାସ ଘଟିଛି । 

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୮୦.୪୩ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୮୭.୧୯ ଟଙ୍କା ରହିଛି । କୋଲକାତା ଲିଟର ପିଛା ୮୨.୦୫ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୮୩.୬୩ ଟଙ୍କା ରହିଛି । ଅନ୍ୟପକ୍ଷେ ଆଜି ଭୁବନେଶ୍ୱରରେ ପେଟ୍ରୋଲ ଲିଟର ୮୧.୯୨ ଟଙ୍କା ରହିଛି ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୭୩.୫୬ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୮୦.୧୧ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୭୭.୦୬ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୭୮.୮୬ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ଲିଟର ପିଛା ୭୯.୯୨ ଟଙ୍କା ଦରରେ ବିକ୍ରି ହେଉଛି ।