ସାଧାରଣ ଜନତାଙ୍କୁ ଝଟକା: ପୁଣି ମହଙ୍ଗା ହେଲା ତୈଳ ଦର, ଜାଣନ୍ତୁ ଆଜିର ରେଟ୍
Advertisement

ସାଧାରଣ ଜନତାଙ୍କୁ ଝଟକା: ପୁଣି ମହଙ୍ଗା ହେଲା ତୈଳ ଦର, ଜାଣନ୍ତୁ ଆଜିର ରେଟ୍

ଆଜି ତୈଳ କମ୍ପାନୀଗୁଡିକ ଦିଲ୍ଲୀ, ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇ ପେଟ୍ରୋଲ ମୂଲ୍ୟରେ ଯଥାକ୍ରମେ-୦୯ ପଇସା, ୧୦ ପଇସା, ୦୯ ପଇସା, ୧୦ ପଇସା ବୃଦ୍ଧି କରିଛନ୍ତି । ସେହିପରି ଭୁବନେଶ୍ୱରରେ ପେଟ୍ରୋଲ ଦରରେ ୧୪ ପଇସାର ବୃଦ୍ଧି ଘଟିଛି

ସାଧାରଣ ଜନତାଙ୍କୁ ଝଟକା: ପୁଣି ମହଙ୍ଗା ହେଲା ତୈଳ ଦର, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: Petrol Diesel Price: ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦରରେ ବୃଦ୍ଧି ଘଟିଛି । ଯାହାର ପ୍ରଭାବ ଭାରତର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଆଜି ପୁଣି ପେଟ୍ରୋଲ ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଉଛି । ଆଜି ଅର୍ଥାତ ରବିବାର ରାଷ୍ଟ୍ରୀୟ ରାଜଧାନୀ ଦିଲ୍ଲୀ ସମେତ ଦେଶର ୪ଟି ମହାନଗରରେ ପେଟ୍ରୋଲ ଦର (Petrol Price)ରେ ବୃଦ୍ଧି ଘଟିଛି । କିନ୍ତୁ ଡିଜେଲ ଦର (Diesel Price)ରେ କୌଣସି ପରିବର୍ତ୍ତନ ଘଟିନାହିଁ । ସେହିପରି ଆଜି ଭୁବନେଶ୍ୱରରେ ମଧ୍ୟ ପେଟ୍ରୋଲ-ଡିଜେଲ ମୂଲ୍ୟ (Petrol-Diesel Rate) ରେ ବୃଦ୍ଧି ରେକର୍ଡ କରାଯାଇଛି ।  

ଅଧିକ ପଢ଼ନ୍ତୁ:-ଅନଲକ୍-4 ପାଇଁ ଗୃହ ମନ୍ତ୍ରଣାଳୟ ଜାରି କଲା ଗାଇଡଲାଇନ୍, ଜାଣନ୍ତୁ କ’ଣ ଖୋଲିବ ଓ କ’ଣ ରହିବ ବନ୍ଦ ?

ଆଜି ତୈଳ କମ୍ପାନୀଗୁଡିକ ଦିଲ୍ଲୀ, ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇ ପେଟ୍ରୋଲ ମୂଲ୍ୟରେ ଯଥାକ୍ରମେ-୦୯ ପଇସା, ୧୦ ପଇସା, ୦୯ ପଇସା, ୧୦ ପଇସା ବୃଦ୍ଧି କରିଛନ୍ତି । ସେହିପରି ଭୁବନେଶ୍ୱରରେ ପେଟ୍ରୋଲ ଦରରେ ୧୪ ପଇସାର ବୃଦ୍ଧି ଘଟିଛି । ସେପଟେ ଦିଲ୍ଲୀ, ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇ ଡିଜେଲ ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଅନ୍ୟପଟେ ଭୁବନେଶ୍ୱରରେ ଡିଜେଲ ମୂଲ୍ୟରେ ୦୫ ପଇସାର ବୃଦ୍ଧି ଘଟିଛି ।

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୮୨.୦୩ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୮୮,୬୮ ଟଙ୍କା ରହିଛି । କୋଲକାତା ଲିଟର ପିଛା ୮୩,୫୨ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୮୫.୦୧ ଟଙ୍କା ରହିଛି । ଅନ୍ୟପକ୍ଷେ ଆଜି ଭୁବନେଶ୍ୱରରେ ପେଟ୍ରୋଲ ଲିଟର ୮୨,୬୩ ଟଙ୍କା ରହିଛି ।   

ଅଧିକ ପଢ଼ନ୍ତୁ:-ସେପ୍ଟେମ୍ବରରୁ ସାରା ଦେଶରେ ଛାଡ କରାଯିବ ବିଜୁଳି ବିଲ୍ ? ଜାଣନ୍ତୁ ସଂପୂର୍ଣ୍ଣ ମାମଲା…

ସେହିପରି ଡିଜେଲର ମୂଲ୍ୟ (Diesel Price) ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୭୩.୫୬ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୮୦.୧୧ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୭୭.୦୬ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୭୮.୮୭ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ଲିଟର ପିଛା ୮୦.୦୮ ଟଙ୍କା ଦରରେ ବିକ୍ରି ହେଉଛି ।