ରାଜଧାନୀରେ ପୁଣି କମିଲା ପେଟ୍ରୋଲ ଦର, ଜାଣନ୍ତୁ ଆଜିର ରେଟ୍
Advertisement

ରାଜଧାନୀରେ ପୁଣି କମିଲା ପେଟ୍ରୋଲ ଦର, ଜାଣନ୍ତୁ ଆଜିର ରେଟ୍

ଆଜି ତୈଳ କମ୍ପାନୀଗୁଡିକ ଦିଲ୍ଲୀ, ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇରେ ପେଟ୍ରୋଲର ମୂଲ୍ୟରେ କୌଣସି ବୃଦ୍ଧି କରିନାହାଁନ୍ତି । କିନ୍ତୁ ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦରରେ ୮୬ ପଇସାର ହ୍ରାସ ଘଟିଛି ।

ରାଜଧାନୀରେ ପୁଣି କମିଲା ପେଟ୍ରୋଲ ଦର, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ବୈଶ୍ୱିକ ବଜାରରେ ତୈଳ ଦରରେ ହ୍ରାସ ଦେଖାଦେଇଛି । କିନ୍ତୁ ଭାରତୀୟ ବଜାରରେ ଏହାର କୌଣସି ପ୍ରଭାବ ଦେଖିବାକୁ ମିଳୁନାହିଁ । ଅନ୍ୟପକ୍ଷେ ଦେଶରେ କୋରୋନା ଯୋଗୁଁ ସଙ୍କଟର ସ୍ଥିତି ଜାରି ରହିଛି । ଆଜି ଅର୍ଥାତ ଗୁରୁବାର ଦିଲ୍ଲୀ ସମେତ ଦେଶର ୪ଟି ମହାନଗରରେ ପେଟ୍ରୋଲ-ଡିଜେଲ ଦରରେ କୌଣସି ବୃଦ୍ଧି ଘଟିନାହିଁ । ଅନ୍ୟପକ୍ଷେ ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦରରେ ହ୍ରାସ ରେକର୍ଡ କରାଯାଇଛି । ସେହିପରି ଡିଜେଲ ଦରରେ ବୃଦ୍ଧି ଘଟିଛି ।

ଆଜି ତୈଳ କମ୍ପାନୀଗୁଡିକ ଦିଲ୍ଲୀ, ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇରେ ପେଟ୍ରୋଲର ମୂଲ୍ୟରେ କୌଣସି ବୃଦ୍ଧି କରିନାହାଁନ୍ତି । କିନ୍ତୁ ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦରରେ ୮୬ ପଇସାର ହ୍ରାସ ଘଟିଛି । ସେପଟେ ଦିଲ୍ଲୀ, ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇରେ ଡିଜେଲ ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । କେବଳ ଭୁବନେଶ୍ୱରରେ ଡିଜେଲ ମୂଲ୍ୟରେ ୧୪ ପଇସାର ବୃଦ୍ଧି ଘଟିଛି । 

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୮୦.୪୩ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୮୭.୧୯ ଟଙ୍କା ରହିଛି । କୋଲକାତା ଲିଟର ପିଛା ୮୨.୧୦ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୮୩.୬୩ ଟଙ୍କା ରହିଛି । ଅନ୍ୟପକ୍ଷେ ଆଜି ଭୁବନେଶ୍ୱରରେ ପେଟ୍ରୋଲ ଲିଟର ୮୧.୦୧ ଟଙ୍କା ରହିଛି ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୧.୯୪ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୮୦.୧୧ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୭୭.୦୪ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୭୮.୮୬ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ଲିଟର ପିଛା ୮୦.୦୨ ଟଙ୍କା ଦରରେ ବିକ୍ରି ହେଉଛି ।