ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦରରେ ବୃଦ୍ଧି ଘଟିଛି । ଯାହାର ପ୍ରଭାବ ଭାରତର ଘରୋଇ ବଜାରରେ ଦେଖିବାକୁ ମିଳିଛି । ବିଗତ ୫ ଦିନ ଧରି ଲଗାତର ପେଟ୍ରୋଲ ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଉଛି । ଆଜି ଅର୍ଥାତ ସୋମବାର ଜାତୀୟ ରାଜଧାନୀ ଦିଲ୍ଲୀ ସମେତ ଦେଶର ୪ଟି ମହାନଗରରେ ପେଟ୍ରୋଲ ଦର(Petrol Price)ରେ ବୃଦ୍ଧି ଘଟିଛି । କିନ୍ତୁ ଡିଜେଲ ଦର(Diesel Price)ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଅନ୍ୟପଟେ ଆଜି ଭୁବନେଶ୍ୱରରେ ମଧ୍ୟ ପେଟ୍ରୋଲ ଦରରେ(Petrol Rate)ରେ ବୃଦ୍ଧି ରେକର୍ଡ କରାଯାଇଛି ।  


COMMERCIAL BREAK
SCROLL TO CONTINUE READING

ଅଧିକ ପଢ଼ନ୍ତୁ:-ବହୁତ ବଡ଼ ଖୁସି ଖବର ଦେଲା WHO


ଆଜି ତୈଳ କମ୍ପାନୀଗୁଡିକ ଦିଲ୍ଲୀ, ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇ ପେଟ୍ରୋଲ ମୂଲ୍ୟରେ ଯଥାକ୍ରମେ-୧୩ ପଇସା, ୧୨ ପଇସା, ୧୨ ପଇସା, ୧୨ ପଇସା ବୃଦ୍ଧି କରିଛନ୍ତି । ସେହିପରି ଭୁବନେଶ୍ୱରରେ ପେଟ୍ରୋଲ ଦରରେ ୧୩ ପଇସାର ବୃଦ୍ଧି ଘଟିଛି । ସେପଟେ ଦିଲ୍ଲୀ, ମୁମ୍ବାଇ, କୋଲକାତା, ଚେନ୍ନାଇ ଏବଂ ଭୁବନେଶ୍ୱରରେ ଡିଜେଲ ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ ।  


ଅଧିକ ପଢ଼ନ୍ତୁ:-କଂଗ୍ରେସର କମାଣ ସମ୍ଭାଳିବାକୁ ପ୍ରସ୍ତୁତ ନୁହଁନ୍ତି ରାହୁଲ, ମନମୋହନ ସିଂ ହୋଇପାରନ୍ତି ଅନ୍ତରୀଣ ଅଧ୍ୟକ୍ଷ


ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୮୧.୬୨ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୮୮,୨୮ ଟଙ୍କା ରହିଛି । କୋଲକାତା ଲିଟର ପିଛା ୮୩,୧୩ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୮୪.୬୪ ଟଙ୍କା ରହିଛି । ଅନ୍ୟପକ୍ଷେ ଆଜି ଭୁବନେଶ୍ୱରରେ ପେଟ୍ରୋଲ ଲିଟର ୮୨,୦୧ ଟଙ୍କା ରହିଛି ।   


ସେହିପରି ଡିଜେଲର ମୂଲ୍ୟ(Diesel Price) ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୭୩.୫୬ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୮୦.୧୧ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୭୭.୦୬ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୭୮.୮୬ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ଲିଟର ପିଛା ୭୯.୮୮ ଟଙ୍କା ଦରରେ ବିକ୍ରି ହେଉଛି ।