ପୁଣି କମିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ଆଜି ଅର୍ଥାତ ସୋମବାର ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୬୦ ଟଙ୍କା ଖସିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୨୫୦ ଟଙ୍କାକୁ ପହଞ୍ଚିଛି । 

ତମାଲ ବାକଚି | Sep 28, 2020, 17:42 PM IST
1/6

ନୂଆଦିଲ୍ଲୀ: ସପ୍ତାହର ପ୍ରଥମ ଦିନ ସୁନା-ରୁପା ମୂଲ୍ୟ (Gold-Silver Price) ରେ ହ୍ରାସ ରେକର୍ଡ କରାଯାଇଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ଆଜି ମୂଲ୍ୟବାନ ଧାତୁ ଦର (Gold-Silver Rate) ରେ ହ୍ରାସ ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଅନ୍ୟପକ୍ଷେ ଦେଶରେ ଗତ ବ୍ୟବସାୟୀକ ଦିନରେ ସୁନା ମୂଲ୍ୟରେ ୫୦ ଟଙ୍କା ହ୍ରାସ ଘଟିଥିଲା । 

2/6

ସେହିପରି ଆଜି ଅର୍ଥାତ ସୋମବାର ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୬୦ ଟଙ୍କା ଖସିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୨୫୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୯,୩୧୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୬୦ ଟଙ୍କାର ହ୍ରାସ ଦେଖାଦେଇଛି । ଫଳରେ ୧୦ ଗ୍ରାମ ସୁନା ଦର ୪୮,୨୫୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୮,୩୧୦ ଟଙ୍କା ଥିଲା ।

3/6

ସେପଟେ ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଗତକାଲି ରୁପା ମୂଲ୍ୟରେ ୧୦ ଟଙ୍କା ବୃଦ୍ଧି ଘଟିଥିବା ବେଳେ ଆଜି ୧,୦୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୮,୦୦୦ ଟଙ୍କାରେ ରହିଛି । ଗତକାଲି ରୁପା ମୂଲ୍ୟ ୫୯,୦୦୦ ଥିଲା ।

ଅଧିକ ପଢ଼ନ୍ତୁ:-ଉତ୍ତର ପ୍ରଦେଶରେ କଂଗ୍ରେସକୁ ମଜଭୁତ କରିବା ପାଇଁ ଗୁପ୍ତ ଭାବେ ଏହି କାମ କରୁଛନ୍ତି ପ୍ରିୟଙ୍କା

4/6

ସେହିପରି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ବି ସୁନା ଦର (Gold Rate) ରେ ହ୍ରାସ ଘଟିଛି । ଗତକାଲି ଅର୍ଥାତ ରବିବାର ଭୁବନେଶ୍ୱରରେ ସୁନା ଦରରେ ୧୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ ୧୧୦ ଟଙ୍କାର ହ୍ରାସ ଘଟିଛି ।

 

5/6

ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୦୪୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୨,୧୫୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୧୦ ଟଙ୍କାର ହ୍ରାସ ଦେଖାଦେଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୭,୮୧୦ ଟଙ୍କା ରହିଥିଲା । 

6/6

ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟ (Silver Price) ରେ ହ୍ରାସ ରେକର୍ଡ କରାଯାଇଛି । ଗତକାଲି ରୁପା ମୂଲ୍ୟରେ ୧୦ ଟଙ୍କା ବୃଦ୍ଧି ଘଟିଥିବା ବେଳେ ଆଜି ୧,୦୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୮,୦୦୦ ଟଙ୍କାରେ ରହିଛି । ଗତକାଲି ରୁପା ମୂଲ୍ୟ ୫୯,୦୦୦ ଥିଲା ।