ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ଆଜି ଅର୍ଥାତ ସୋମବାର ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୪୩୦ ଟଙ୍କା ଖସିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୯୮୦ ଟଙ୍କାକୁ ପହଞ୍ଚିଛି ।

Tamal Bakchi/ତମାଲ ବାକଚି Mon, 05 Oct 2020-5:25 pm,
1/6

ନୂଆଦିଲ୍ଲୀ: ସପ୍ତାହର ପ୍ରଥମ ଦିନରେ ସୁନା-ରୁପା ମୂଲ୍ୟ (Gold-Silver Price) ରେ ହ୍ରାସ ରେକର୍ଡ କରାଯାଇଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ଆଜି ମୂଲ୍ୟବାନ ଧାତୁ ଦରରେ କୌଣସି ହ୍ରାସ ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି  । ଦେଶରେ ଗତକାଲି ସୁନା ମୂଲ୍ୟରେ ୧୦ ଟଙ୍କା ବୃଦ୍ଧି ଘଟିଥିଲା । 

2/6

ଅନ୍ୟପକ୍ଷେ ଆଜି ଅର୍ଥାତ ସୋମବାର ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୪୩୦ ଟଙ୍କା ଖସିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୯୮୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୦,୪୧୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୪୩୦ ଟଙ୍କାର ହ୍ରାସ ଦେଖାଦେଇଛି । ଫଳରେ ୧୦ ଗ୍ରାମ ସୁନା ଦର ୪୮,୯୮୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୯,୪୧୦ ଟଙ୍କା ଥିଲା ।

3/6

ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଗତକାଲି ରୁପା ମୂଲ୍ୟରେ ୧୦ ଟଙ୍କା ବୃଦ୍ଧି ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୫୧୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୦,୭୦୦ ଟଙ୍କାରେ ରହିଛି । ଗତକାଲି ରୁପା ମୂଲ୍ୟ ୬୧,୨୧୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ରାହୁଲଙ୍କ ବଡ଼ ଘୋଷଣା-ଯେଉଁ ଦିନ କଂଗ୍ରେସ କ୍ଷମତାକୁ ଆସିବ, ଡଷ୍ଟବିନରେ ପକାଇବି ଏହି ୩ଟି...

4/6

ସେହିପରି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ବି ସୁନା ଦର (Gold Rate) ରେ ହ୍ରାସ ଘଟିଛି । ଗତକାଲି ଅର୍ଥାତ ରବିବାର ଭୁବନେଶ୍ୱରରେ ସୁନା ଦରରେ ୧୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପକ୍ଷେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୫୩୦ ଟଙ୍କାର ହ୍ରାସ ଘଟିଛି । 

5/6

ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୩୮୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୨,୯୧୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୪୯୦ ଟଙ୍କାର ହ୍ରାସ ଦେଖାଦେଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୦୨୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୮,୫୧୦ ଟଙ୍କା ରହିଥିଲା ।

ଅଧିକ ପଢ଼ନ୍ତୁ:-'ରଣବୀର, ଅର୍ଜୁନ ଏବଂ ଡିନୋ ମୋରିୟାଙ୍କୁ ଫସାଇବା ପାଇଁ ଏନସିବି ମୋ ଉପରେ ଚାପ ପକାଉଛି'

6/6

ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଗତକାଲି ରୁପା ମୂଲ୍ୟରେ ୧୦ ଟଙ୍କା ବୃଦ୍ଧି ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୫୧୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୦,୭୦୦ ଟଙ୍କାରେ ରହିଛି । ଗତକାଲି ରୁପା ମୂଲ୍ୟ ୬୧,୨୧୦ ଟଙ୍କା ଥିଲା ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link