Road Accident: ଛାତିଥରା ଦୁର୍ଘଟଣା ।  ବସ ଓଲଟି ୧୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ଏବେବି ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ସୂଚନା ମିଳିଛି । ଆହତଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି । ପୋଲିସ୍ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି । କିଭଳି ସ୍ଥିତିରେ ଏହି ଦୁର୍ଘଟଣା ଘଟିଲା ସେନେଇ ଛାନଭିନ୍ ଆରମ୍ଭ କରିଛି । ଛତିଶଗଡ ଦୁର୍ଗ ଜିଲ୍ଲାରେ ଏହି ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ମୃତାହତମାନେ ଶ୍ରମିକ ହୋଇଥିବା ପ୍ରାଥମିକ ଭାବେ ଅନୁମାନ କରାଯାଉଛି ।


COMMERCIAL BREAK
SCROLL TO CONTINUE READING

 



ALSO READ: Road Accident: କାର୍ କୁ ପିଟିଲା ପିକଅଫ୍ ଭ୍ୟାନ୍, ଘଟଣାସ୍ଥଳରେ ୪ ମୃତ,୨୦ ଆହତ


ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ଛତିଶଗଡ଼ ଦୁର୍ଗ ଜିଲ୍ଲାର ଏକ ଖଣିରେ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ବସ ଦୁର୍ଘଟଣାର ଶିକାର ହୋଇଛି। ଶ୍ରମିକମାନେ କାମ ସାରି ବସରେ ଘରକୁ ଫେରୁଥିବା ସମୟରେ ଖଣି ନିକଟରେ ବସଟି ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଖସି ପଡିଥିଲା। ଏଥିରେ ଘଟଣାସ୍ଥଳେ ପ୍ରାୟ ୧୫ ଜଣଙ୍କର ମୃତ୍ୟୁ ହୋଇଥିଲା । ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ଏସଡିଆରଏଫ ଏବଂ ସ୍ଥାନୀୟ ପୋଲିସ ଟିମ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି । ଅନ୍ଧାରରେ ଉଦ୍ଧାର କାର୍ଯ୍ୟ ମଧ୍ୟ ବାଧାପ୍ରାପ୍ତ ହୋଇଥିଲା। ଆହତଙ୍କୁ ଉଦ୍ଧାର କରି ମେଡିକାଲ୍ ପଠାଇଛି। ମୃତ୍ୟୁ ସଂଖ୍ୟା ଆଗକୁ ବଢିବ ବୋଲି ଆଶଙ୍କା କରାଯାଉଛି। ରାତି ପ୍ରାୟ ୯ଟା ସମୟରେ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି।