ଜାରି ହେଲା ସୁନା-ରୁପାର ନୂଆ ଦାମ୍, ଜାଣନ୍ତୁ କ'ଣ ରହିଛି ରେଟ୍
Advertisement

ଜାରି ହେଲା ସୁନା-ରୁପାର ନୂଆ ଦାମ୍, ଜାଣନ୍ତୁ କ'ଣ ରହିଛି ରେଟ୍

Gold-Silver Rate: ଆଜି ସପ୍ତାହର ପ୍ରଥମ ଦିନ (ସୋମବାର) ଅର୍ଥାତ ଜାନୁଆରୀ ୧୦ରେ ସୁନା ମୂଲ୍ୟ (Gold Price) ସ୍ଥିର ରହିଥିବାବେଳେ ରୁପା ମୂଲ୍ୟ (Gold Silver Price) ରେ ହ୍ରାସ ଘଟିଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ସମାନ ସ୍ଥିତି ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ଗତ

ଜାରି ହେଲା ସୁନା-ରୁପାର ନୂଆ ଦାମ୍, ଜାଣନ୍ତୁ କ'ଣ ରହିଛି ରେଟ୍

ନୂଆଦିଲ୍ଲୀ: Gold-Silver Rate: ଆଜି ସପ୍ତାହର ପ୍ରଥମ ଦିନ (ସୋମବାର) ଅର୍ଥାତ ଜାନୁଆରୀ ୧୦ରେ ସୁନା ମୂଲ୍ୟ (Gold Price) ସ୍ଥିର ରହିଥିବାବେଳେ ରୁପା ମୂଲ୍ୟ (Gold Silver Price) ରେ ହ୍ରାସ ଘଟିଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ସମାନ ସ୍ଥିତି ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ଗତକାଲି ରବିବାର ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହା ପରେ ଆଜି ୧୦ ଗ୍ରାମ ସୁନା ମୂଲ୍ୟ ୪୮,୬୧୦ ଟଙ୍କା ରହିଛି । ଯାହା ଗତକାଲି ଏହାର ମୂଲ୍ୟ ୪୮,୬୧୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦର ମଧ୍ୟ ସ୍ଥିର ରହିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୬,୬୧୦ ଟଙ୍କା ରହିଛି । ଯାହା ଗତକାଲି ଅର୍ଥାତ ରବିବାର ଏହାର ମୂଲ୍ୟ ୪୬,୬୧୦ ଟଙ୍କା ଥିଲା ।
 
ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନ ଥିବାବେଳେ ଆଜି ରୁପା ଦରରେ ୩୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୦,୪୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୦,୭୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୦୪୦ ଟଙ୍କା ରହିଛି । ଯାହା ଗତକାଲି ୬,୦୭୦ ଟଙ୍କା ଥିଲା ।

ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୧୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଆଜି ୧୦ ଗ୍ରାମ ସୁନା ମୂଲ୍ୟ ସ୍ଥିର ରହିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୧୧୦ ଟଙ୍କା ରହିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୮,୧୧୦ ଟଙ୍କାରେ ବନ୍ଦ ହୋଇଥିଲା । ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୬୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୪,୬୧୦ ଟଙ୍କା ଥିଲା ।

ଏହା ବି ପଢ଼ନ୍ତୁ:-ଭଉଣୀ ପରେ କଂଗ୍ରେସରେ ସାମିଲ ହେବେ ସୋନୁ ସୁଦ! ଟ୍ୱିଟ୍ କରି ଦଳର ଏହି ବଡ଼ ନେତା ଦେଲେ ସୂଚନା

ଏହା ବି ପଢ଼ନ୍ତୁ:-ପିଏମ ମୋଦିଙ୍କ ସୁରକ୍ଷା ତ୍ରୁଟିକୁ ନେଇ ASL ରିପୋର୍ଟରେ ବଡ଼ ଖୁଲାସା, ଜାଣନ୍ତୁ କେଉଁଠାରେ ହୋଇଛି ବଡ଼ ଭୁଲ

ଏହା ବି ପଢ଼ନ୍ତୁ:-ୟୁପି ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ଝଟକା, ସମାଜବାଦୀ ପାର୍ଟିରେ ସାମିଲ ହେଲେ ଆଉ ଏକ ବିଧାୟକ

ଏହା ବି ପଢ଼ନ୍ତୁ:-ଭାରତୀୟ ରେଲୱେ କଲା ବଡ଼ ଘୋଷଣା, ଏହି ଲୋକମାନେ କରିପାରିବେନି ଟ୍ରେନରେ ଯାତ୍ରା

 

ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ରାଜଧାନୀରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନ ଥିଲା । ଅନ୍ୟପଟେ ଆଜି ରୁପା ଦରରେ ୩୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୦,୪୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୦,୭୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୦୪୦ ଟଙ୍କା ରହିଛି । ଯାହା ଗତକାଲି ୬,୦୭୦ ଟଙ୍କା ଥିଲା ।