Gold-Silver Rate: ରାଜଧାନୀରେ ପୁଣି ଖସିଲା ରୁପା ମୂଲ୍ୟ, ଜାଣନ୍ତୁ ଆଜି କ`ଣ ରହିଛି ସୁନା ରେଟ୍
Gold-Silver Rate: ଆଜି ଭୁବନେଶ୍ୱର (Bhubaneswar) ରେ ମଧ୍ୟ ସୁନା ମୂଲ୍ୟ (Gold Price) ରେ ବୃଦ୍ଧି ଘଟିଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୧୧୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୧୧୦ ଟଙ୍କାର ବୃଦ୍ଧି ଘଟିଛି ।
ନୂଆଦିଲ୍ଲୀ: Gold-Silver Rate: ଆଜି (ମଙ୍ଗଳବାର) ଅର୍ଥାତ ସେପ୍ଟେମ୍ୱର ୨୦ରେ ସୁନା ଓ ରୁପା ମୂଲ୍ୟରେ ବୃଦ୍ଧି ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶରେ ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଗତକାଲି (ସୋମବାର) ସୁନା ମୂଲ୍ୟରେ ୧୧୦ ଟଙ୍କାର ହ୍ରାସ ଘଟିଥିଲା । ସେପଟେ ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୧୩୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୦,୦୨୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୫,୯୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୫,୮୫୦ ଟଙ୍କା ଥିଲା ।
ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିବାବେଳେ ଆଜି ରୁପା ମୂଲ୍ୟରେ ୫୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୭,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୬,୭୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୫,୭୨୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୫,୬୭୦ ଟଙ୍କା ଥିଲା ।
ଆଜି ଭୁବନେଶ୍ୱର (Bhubaneswar) ରେ ମଧ୍ୟ ସୁନା ମୂଲ୍ୟ (Gold Price) ରେ ବୃଦ୍ଧି ଘଟିଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୧୧୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୧୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୧୩୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଅର୍ଥାତ ସୋମବାର ୧୦ ଗ୍ରାମ ସୁନା ମୂଲ୍ୟ ୫୦,୧୩୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୯୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୫,୮୫୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-ଭଗବନ୍ତ ମାନଙ୍କୁ ଜର୍ମାନରେ ନିଶାସକ୍ତ ଅବସ୍ଥାରେ ବିମାନରୁ ଓହ୍ଲାଇ ଦିଆଯାଇ ଥିଲା? ଜାଣନ୍ତୁ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କ ଜବାବ
ଅଧିକ ପଢ଼ନ୍ତୁ:-ଭାରତର ସ୍ୱପ୍ନକୁ ଭାଙ୍ଗିଥିଲା ଇସ୍ରାଏଲ, ବର୍ତ୍ତମାନ ଏହି ଦେଶ ବଢ଼ାଇଲା ସହାୟତାର ହାତ
ଅଧିକ ପଢ଼ନ୍ତୁ:-ବାସ୍ତୁ ଅନୁଯାୟୀ, ଯଦି ଆପଣ ଏହି ଜିନିଷଗୁଡ଼ିକୁ ରାସ୍ତାରେ ପଡ଼ିଥିବାର ଦେଖନ୍ତି, ତେବେ ବଦଳାନ୍ତୁ ନିଜ ପଥ
ଅନ୍ୟପଟେ ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଦେଖାଦେଇଛି । ଗତକାଲି ରାଜଧାନୀରେ ରୁପା ମୂଲ୍ୟ ସ୍ଥିର ରହିଥିଲା । ଅନ୍ୟପକ୍ଷେ ଆଜି ରୁପା ମୂଲ୍ୟରେ ୨୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୧୮୦ ଟଙ୍କା ରହିଛି । ଯାହା ଗତକାଲି ୬,୨୦୦ ଟଙ୍କା ଥିଲା ।