ଆହୁରି କମିଲା ରୁପା ଦର, ଜାଣନ୍ତୁ କ'ଣ ରହିଛି ସୁନା ରେଟ୍
Advertisement

ଆହୁରି କମିଲା ରୁପା ଦର, ଜାଣନ୍ତୁ କ'ଣ ରହିଛି ସୁନା ରେଟ୍

ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Price) ରେ ବୃଦ୍ଧି ଘଟିଛି । 

ଆହୁରି କମିଲା ରୁପା ଦର, ଜାଣନ୍ତୁ କ'ଣ ରହିଛି ସୁନା ରେଟ୍

ନୂଆଦିଲ୍ଲୀ: Gold-Silver Rate: ଆଜି (ମଙ୍ଗଳବାର) ଜାନୁଆରୀ ୨୫ ସୁନା ମୂଲ୍ୟ (Gold Price) ରେ ହ୍ରାସ ବୃଦ୍ଧି ଘଟିଥିବାବେଳେ ରୁପା (Silver Price) ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ସେହିପରି ବୈଶ୍ୱିକ ବଜାରରେ ମଧ୍ୟ ମୂଲ୍ୟବାନ ଧାତୁ ମୂଲ୍ୟରେ ବୃଦ୍ଧି ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ଗତକାଲି ଅର୍ଥାତ ସୋମବାର ସୁନା ମୂଲ୍ୟରେ ୧୩୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ଆଜି (ମଙ୍ଗଳବାର) ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୩୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୬୮୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୯,୬୫୦ ଟଙ୍କା ଥିଲା । ଅନ୍ୟପଟେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୧୯୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୫,୭୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୭,୬୫୦ ଟଙ୍କା ଥିଲା ।
 
ଅନ୍ୟପଟେ ଆଜି ଦେଶରେ ରୁପା ମୂଲ୍ୟ (Silver Price) ହ୍ରାସ ରେକର୍ଡ କରାଯାଇଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୨୦୦ ଟଙ୍କାର ହ୍ରାସ ଘଟିଥିବାବେଳେ ଆଜି ରୁପା ଦରରେ ୬୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୭୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୪୧୦ ଟଙ୍କା ରହିଛି । ଯାହା ସୋମବାର ୬,୪୭୦ ଟଙ୍କା ଥିଲା ।

ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Price) ରେ ବୃଦ୍ଧି ଘଟିଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୧୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୧୬୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୫୦,୧୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଅର୍ଥାତ ସୋମବାର ୧୦ ଗ୍ରାମ ସୁନା ମୂଲ୍ୟ ୪୯,୯୯୦ ଟଙ୍କାରେ ବନ୍ଦ ହୋଇଥିଲା । ୨୨ କ୍ୟାରେଟ ୧୦ ଗ୍ରାମ ସୁନାରେ ୧୦୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୭୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୫,୬୫୦ ଟଙ୍କା ଥିଲା ।

ଏହା ବି ପଢ଼ନ୍ତୁ:-ରାସନ ଡିଲର ହେବା ପାଇଁ ଏପରି କରନ୍ତୁ ଆବେଦନ, ହେବ ମୋଟା ଅଙ୍କର ରୋଜଗାର, ଜାଣନ୍ତୁ ପୂରା ପ୍ରକ୍ରିୟା

ଏହା ବି ପଢ଼ନ୍ତୁ:-କଂଗ୍ରେସକୁ ଲାଗିଲା ଜୋରଦାର ଝଟକା; ଦଳରୁ ଇସ୍ତଫା ଦେଲେ ଦଳର ଏହି ବଡ଼ ନେତା, ବିଜେପିରେ ହେବେ ସାମିଲ

ଏହା ବି ପଢ଼ନ୍ତୁ:-କେବେ ଶେଷ ହେବ କୋରୋନା? WHO ମୁଖ୍ୟ ଦେଲେ ଏହି ବଡ଼ ବୟାନ

ଏହା ବି ପଢ଼ନ୍ତୁ:-ପୁରୁଷଙ୍କ ପାଇଁ ଅତ୍ୟନ୍ତ ବିପଜ୍ଜନକ ଏହି ୫ଟି ଅଭ୍ୟାସ, ଯୌନ ସ୍ୱାସ୍ଥ୍ୟ ହୋଇଯିବ ଖରାପ!

 

ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ରାଜଧାନୀରେ ରୁପା ମୂଲ୍ୟରେ ୨୦୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ରୁପା ଦରରେ ୬୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୭୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୪୧୦ ଟଙ୍କା ରହିଛି । ଯାହା ସୋମବାର ୬,୪୭୦ ଟଙ୍କା ଥିଲା ।