ପୁଣି ଖସିଲା ରୁପା ମୂଲ୍ୟ, ଜାଣନ୍ତୁ କ`ଣ ରହିଛି ସୁନା ରେଟ୍
ବୁଧବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ବୃଦ୍ଧି ଘଟିଛି । ମଙ୍ଗଳବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୧୬୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ବୁଧବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୧୦ ଟଙ୍କାର ବୃଦ୍ଧି ଘଟିଛି ।
ନୂଆଦିଲ୍ଲୀ: Gold-Silver Rate: ବୁଧବାର ସୁନା ମୂଲ୍ୟ (Gold Price) ରେ ବୃଦ୍ଧି ରେକର୍ଡ କରାଯାଇଥିବା ବେଳେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ବୃଦ୍ଧି ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ମଙ୍ଗଳବାର ସୁନା ମୂଲ୍ୟରେ ୧୮୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ବୁଧବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୯୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୦୮୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଏହାର ମୂଲ୍ୟ ୪୭,୮୯୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୧୯୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୭,୦୮୦ ଟଙ୍କାରେ ପହଞ୍ଚିଛି । ମଙ୍ଗଳବାର ଏହାର ମୂଲ୍ୟ ୪୬,୮୯୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-ଯଦି ଆପଣଙ୍କ ପାଖରେ ଅଛି ଏହି ୧ ଟଙ୍କା, ତେବେ ଘରେ ବସି ରୋଜଗାର କରନ୍ତୁ ୭ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି?
ଅନ୍ୟପଟେ ବୁଧବାର ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ମଙ୍ଗଳବାର ଦେଶରେ ରୁପା ମୂଲ୍ୟରେ ୩୦୦ ଟଙ୍କାର ବୃଦ୍ଧି ଘଟିଥିବା ବେଳେ ବୁଧବାର ରୁପା ମୂଲ୍ୟରେ ୨୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୯,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୯,୪୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୯୨୦ ଟଙ୍କା ରହିଛି । ଯାହା ମଙ୍ଗଳବାର ୬,୯୪୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-କେନ୍ଦ୍ର କର୍ମଚାରୀଙ୍କୁ ବହୁତ ବଡ଼ ଖୁସି ଖବର ଦେଲେ ମୋଦି ସରକାର, ମିଳିବ ୨୮ ପ୍ରତିଶତ ମହଙ୍ଗା ଭତ୍ତା
ବୁଧବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ବୃଦ୍ଧି ଘଟିଛି । ମଙ୍ଗଳବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୧୬୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ବୁଧବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୯୯୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ୧୦ ଗ୍ରାମ ସୁନା ମୂଲ୍ୟ ୪୮,୮୮୦ ଟଙ୍କାରେ ବନ୍ଦ ହୋଇଥିଲା । ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୯୦୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଏହାର ମୂଲ୍ୟ ୪୪,୮୦୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-୬ କୋଟି କର୍ମଚାରୀଙ୍କ ପାଇଁ ବଡ଼ ଖବର!
ସେହିପରି ବୁଧବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ମଙ୍ଗଳବାର ରାଜଧାନୀରେ ରୁପା ମୂଲ୍ୟରେ ୬୦୦ ଟଙ୍କାର ବୃଦ୍ଧି ଘଟି ଥିଲା । ଅନ୍ୟପଟେ ବୁଧବାର ରୁପା ମୂଲ୍ୟରେ ୫୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୩,୯୦୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୪,୪୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୩୯୦ ଟଙ୍କା ରହିଛି । ଯାହା ମଙ୍ଗଳବାର ୭,୪୪୦ ଟଙ୍କା ଥିଲା ।