ରୁପା ମୂଲ୍ୟରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ ଆଜି କେତେ ରହିଛି ସୁନା ରେଟ୍
Advertisement

ରୁପା ମୂଲ୍ୟରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ ଆଜି କେତେ ରହିଛି ସୁନା ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ରେକର୍ଡ ହ୍ରାସ ଘଟିଛି । ଗତକାଲି ରୁପା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଥିବା ବେଳେ ଆଜି ରୁପା ମୂଲ୍ୟରେ ୨,୨୧୦ ଟଙ୍କାର ହ୍ରାସ ରେକର୍ଡ କରାଯାଇଛି । 

ରୁପା ମୂଲ୍ୟରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ ଆଜି କେତେ ରହିଛି ସୁନା ରେଟ୍

ନୂଆଦିଲ୍ଲୀ: ବୈଶ୍ୱିକ ବଜାରରେ ଆଜି ମୂଲ୍ୟବାନ ଧାତୁ ଦରରେ ହ୍ରାସ-ବୃଦ୍ଧି ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଗତକାଲି ସୁନା ମୂଲ୍ୟରେ ୧୭୦ ଟଙ୍କା ହ୍ରାସ ଘଟିଥିଲା । ଅନ୍ୟପକ୍ଷେ ଆଜି (ଶୁକ୍ରବାର) ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୨୧୦ ଟଙ୍କା ବଢ଼ିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୮୯୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୦,୬୮୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୧୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଫଳରେ ୧୦ ଗ୍ରାମ ସୁନା ଦର ୪୯,୮୯୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୯,୬୮୦ ଟଙ୍କା ଥିଲା ।

ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ରେକର୍ଡ ହ୍ରାସ ଘଟିଛି । ଗତକାଲି ରୁପା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଥିବା ବେଳେ ଆଜି ରୁପା ମୂଲ୍ୟରେ ୨,୨୧୦ ଟଙ୍କାର ହ୍ରାସ ରେକର୍ଡ କରାଯାଇଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୦,୨୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୪୧୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୦୨୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬,୨୪୧ ଟଙ୍କା ଥିଲା । 

ଅଧିକ ପଢ଼ନ୍ତୁ:-କୋରୋନାଠୁ ଅଧିକ ସାଂଘାତିକ ହୋଇପାରେ ଭବିଷ୍ୟତର ମହାମାରୀ: ରିପୋର୍ଟ

ସେହିପରି ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Rate) ରେ ହ୍ରାସ ଘଟିଛି । ଗତକାଲି ଅର୍ଥାତ ବୁଧବାର ଭୁବନେଶ୍ୱରରେ ସୁନା ଦରରେ ୧୬୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୩୪୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୭୨୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୨,୦୬୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୩୨୦ ଟଙ୍କାର ହ୍ରାସ ଦେଖାଦେଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୪୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୭,୭୩୦ ଟଙ୍କା ରହିଥିଲା ।

ଅଧିକ ପଢ଼ନ୍ତୁ:-ଏମ୍ସ ନିର୍ଦ୍ଦେଶକଙ୍କ ଚେତାବନୀ-ତୀବ୍ର ହୋଇଯାଇଛି କୋରୋନାର ଦ୍ୱିତୀୟ ୱେଭ୍, ଆବଶ୍ୟକତା ଥିଲେ ହିଁ ବାହାରକୁ ବାହାରନ୍ତୁ

ସେପଟେ ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୨,୩୦୦ ଟଙ୍କାର ବୃଦ୍ଧି ଘଟିଥିବା ବେଳେ ଆଜି ମଧ୍ୟ ରୁପା ମୂଲ୍ୟରେ ୫୦୦ ଟଙ୍କାର ବୃଦ୍ଧି ରେକର୍ଡ କରାଯାଇଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୨୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୭୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୫୨୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬,୪୭୦ ଟଙ୍କା ଥିଲା ।