ବୁଧବାର ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ମଙ୍ଗଳବାର ଦେଶରେ ରୁପା ମୂଲ୍ୟରେ ୬୦୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ବୁଧବାର ରୁପା ମୂଲ୍ୟରେ ୭୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୩୦୦ ଟଙ୍କାରେ ପହଞ୍ଚିଛି ।
Trending Photos
)
ନୂଆଦିଲ୍ଲୀ: ବୁଧବାର ସୁନା ମୂଲ୍ୟ (Gold Price) ରେ ବୃଦ୍ଧି ଘଟିଥିବା ବେଳେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ହ୍ରାସ-ବୃଦ୍ଧି ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ମଙ୍ଗଳବାର ସୁନା ମୂଲ୍ୟରେ ୮୦୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ବୁଧବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧,୦୨୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୦୨୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଏହାର ମୂଲ୍ୟ ୪୪,୦୦୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧,୦୨୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୪,୦୨୦ ଟଙ୍କାରେ ପହଞ୍ଚିଛି । ସେହିପରି ମଙ୍ଗଳବାର ଏହାର ମୂଲ୍ୟ ୪୩,୦୦୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-PF ଖାତାଧାରୀଙ୍କ ପାଇଁ ଖୁସି ଖବର, ଏହି ବଡ଼ ଘୋଷଣା କଲେ ମୋଦି ସରକାର
ସେପଟେ ବୁଧବାର ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ମଙ୍ଗଳବାର ଦେଶରେ ରୁପା ମୂଲ୍ୟରେ ୬୦୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ବୁଧବାର ରୁପା ମୂଲ୍ୟରେ ୭୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୩୦୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୫୩୦ ଟଙ୍କା ରହିଛି । ଯାହା ମଙ୍ଗଳବାର ୬,୬୦୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-କିଏ ଜିତିବ ପଶ୍ଚିମବଙ୍ଗ? ଟିଏମସି, ବିଜେପି ନା ବାମ-କଂଗ୍ରେସ ମେଣ୍ଟ, ଜାଣନ୍ତୁ ନିର୍ବାଚନ ପୂର୍ବରୁ କ'ଣ କହୁଛି ଏହି ତାଜା ସର୍ଭେ
ଅନ୍ୟପକ୍ଷେ ବୁଧବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ କୌଣସି ପରିବର୍ତ୍ତନ ଘଟିନାହିଁ । ମଙ୍ଗଳବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୧୫୦ ଟଙ୍କାର ହ୍ରାସ ଘଟିଥିଲା । ସେପଟେ ବୁଧବାର ୧୦ ଗ୍ରାମ ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୭୦୦ ଟଙ୍କା ରହିଛି । ଯାହା ମଙ୍ଗଳବାର ୧୦ ଗ୍ରାମ ସୁନା ମୂଲ୍ୟ ୪୫,୭୦୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୧,୯୦୦ ଟଙ୍କା ରହିଛି । ଯାହା ମଙ୍ଗଳବାର ୪୧,୯୦୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-କୋରୋନା ନିୟନ୍ତ୍ରଣ ପାଇଁ ନୂଆ ଗାଇଡଲାଇନ୍ ଜାରି କଲା ଗୃହ ମନ୍ତ୍ରଣାଳୟ, ଜାଣନ୍ତୁ କ'ଣ ରହିଛି କଟକଣା?
ସେହିପରି ବୁଧବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ମଙ୍ଗଳବାର ରାଜଧାନୀରେ ରୁପା ମୂଲ୍ୟରେ ୪୦୦ ଟଙ୍କାର ବୃଦ୍ଧି ଘଟି ଥଲା । ଅନ୍ୟପକ୍ଷେ ବୁଧବାର ରୁପା ମୂଲ୍ୟରେ ୭୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୯,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୪୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୯୭୦ ଟଙ୍କା ରହିଛି । ଯାହା ମଙ୍ଗଳବାର ୭,୦୪୦ ଟଙ୍କା ଥିଲା ।