ପୁଣି ଖସିଲା ସୁନା ଦର, ଜାଣନ୍ତୁ ଆଜିର ରେଟ୍
Advertisement
Article Detail0/zeeodisha/odisha849027

ପୁଣି ଖସିଲା ସୁନା ଦର, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ରବିବାର ଦେଶରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିବା ବେଳେ ସୋମବାର ରୁପା ମୂଲ୍ୟରେ ୬୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୯,୮୦୦ ଟଙ୍କାରେ ପହଞ୍ଚିଛି ।

ପୁଣି ଖସିଲା ସୁନା ଦର, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ସପ୍ତାହର ପ୍ରଥମ ଦିନ ସୁନା ମୂଲ୍ୟ (Gold Price) ରେ ହ୍ରାସ ଘଟିଥିବା ବେଳେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ସେହିପରି ବୈଶ୍ୱିକ ବଜାରରେ ଆଜି ମୂଲ୍ୟବାନ ଧାତୁ ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ରବିବାର ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିଲା । ଅନ୍ୟପଟେ ଆଜି (ସୋମବାର) ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦର (Gold Price) ରେ ୩୪୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୦୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୭,୩୪୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୩୪୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୬,୦୦୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୬,୩୪୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଦିଶା ରବିଙ୍କ ସମର୍ଥନରେ ବାହାରିଲେ ପ୍ରିୟଙ୍କା, ରାହୁଲ ଓ ଇମ୍ରାନ ସମେତ ଦେଶ-ବିଦେଶର ଏହି ସମସ୍ତ ନେତା

ଅନ୍ୟପଟେ ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ରବିବାର ଦେଶରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିବା ବେଳେ ସୋମବାର ରୁପା ମୂଲ୍ୟରେ ୬୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୯,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୯,୨୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୯୮୦ ଟଙ୍କା ରହିଛି । ଯାହା ଗତକାଲି ୬,୯୨୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଯେଉଁମାନେ ସାରା ଜୀବନ ଖୁଆଇଛନ୍ତି, ଆମେ ସେମାନଙ୍କ ସହ ଅଛୁ; କୃଷକ ଆନ୍ଦୋଳନକୁ ସମର୍ଥନ କଲେ ମହାତ୍ମା ଗାନ୍ଧୀଙ୍କ ନାତୁଣୀ

ସେପଟେ ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Rate) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ରବିବାର ଭୁବନେଶ୍ୱରରେ ସୁନା ଦରରେ କୌଣସି ପରିବର୍ତ୍ତନ ଘଟିନାହିଁ । ସେହିପରି ସୋମବାର ୧୦ ଗ୍ରାମ ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୨୯୦ ଟଙ୍କା ରହିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୮,୨୯୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୨୫୦ ଟଙ୍କା ରହିଛି । ଯାହା ଗତକାଲି ୪୪,୨୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଅମିତ ଶାହ ନେପାଳ ଓ ଶ୍ରୀଲଙ୍କାରେ ଗଠନ କରିବେ ବିଜେପି ସରକାର, ତ୍ରିପୁରା ମୁଖ୍ୟମନ୍ତ୍ରୀଙ୍କ ଦାବି

ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ରବିବାର ରାଜଧାନୀରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିଲା । ଅନ୍ୟପକ୍ଷେ ଆଜି ରୁପା ମୂଲ୍ୟରେ ୭୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୪,୬୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୩,୯୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୪୬୦ ଟଙ୍କା ରହିଛି । ଯାହା ଗତକାଲି ୭,୩୯୦ ଟଙ୍କା ଥିଲା ।