• ପୁଣି କମିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍
  • IPL 2020: ଆଜି ଆରସିବି - ମୁମ୍ବାଇ ମୁହାଁମୁହିଁ
  • କଟକଣା ମଧ୍ୟରେ ଆରମ୍ଭ ହେବ ପରୀକ୍ଷା ଓ ନାମଲେଖା
  • ବିଜୁ ଯୁବ ଜନତା ଦଳର ଜେନେରାଲ ସେକ୍ରେଟାରୀ ଭାବେ ନିଯୁକ୍ତି ପାଇଥିବା କଳ୍ପତରୁ ଓଝାଙ୍କୁ ନିଲମ୍ବିତ କଲେ ସଭାପତି ନବୀନ ପଟ୍ଟନାୟକ ।
  • କଟକରେ ଭାଙ୍ଗିଲା ରେଳବାଇ କ୍ରସିଂ ଆଙ୍ଗେଲ୍‌, ୧୬ ନମ୍ବର ଜାତୀୟ ରାଜପଥରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ।
  • ଆଠଗଡ଼ରେ ଥିବା ସିମେଣ୍ଟ କାରଖାନାରେ ଦୁର୍ଘଟଣା, ଜଣେ ଶ୍ରମିକ ମୃତ
  • ବିଧାନସଭା ଆରମ୍ଭ ହେବା ପୂର୍ବରୁ ବିଜେଡ଼ି ବିଧାୟକ ଦଳ ବୈଠକ
  • ହାଇକୋର୍ଟରେ ଯାଜପୁର ବିରଜା ମନ୍ଦିର ରଥଯାତ୍ରା ମାମଲା । ଜିଲ୍ଲାପାଳ ଓ ଏସପିଙ୍କୁ ହାଇକୋର୍ଟଙ୍କ ରିପୋର୍ଟ ତଲବ । ଅକ୍ଟୋବର ୮କୁ ଘୁଞ୍ଚିଲା ଶୁଣାଣୀ ।
  • ଉଲ୍ଲିବୁରୁ ଖଣି ଦୁର୍ନୀତି ମାମଲା: ଦୀପକ ଗୁପ୍ତାଙ୍କ ନିୟମିତ ଜାମିନ ଖାରଜ ।
  • ୩ ମାସ ପାଇଁ ଅନ୍ତରୀଣ ଜାମିନ ମଞ୍ଜୁର, ୧ ଅକ୍ଟେବରରୁ ୩ ମାସ ଅନ୍ତରୀଣ ଜାମିନରେ ଦୀପକ ।

ଦିନକରେ ୫୨ ହଜାର ୫୦ ଆକ୍ରାନ୍ତ ଚିହ୍ନଟ

ଦେଶରେ ଏପର୍ଯ୍ୟନ୍ତ ୧୮ଲକ୍ଷ ୫୫ ହଜାର ୭୪୬ ଜଣ ଆକ୍ରାନ୍ତ ଚିହ୍ନଟ ହେଲେଣି । ସେହିପରି ୩୮ ହଜାର ୯୩୮ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହେଲାଣି । 

ଦିନକରେ ୫୨ ହଜାର ୫୦ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ୨୦ ଲକ୍ଷ ମୁହାଁ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୨ ହଜାର ୫୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୮୦୩ ଜଣଙ୍କ ମୃତ୍ୟୁ ହୋଇଛି । କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ମିଳିଛି । 

ଦେଶରେ ଏପର୍ଯ୍ୟନ୍ତ ୧୮ଲକ୍ଷ ୫୫ ହଜାର ୭୪୬ ଜଣ ଆକ୍ରାନ୍ତ ଚିହ୍ନଟ ହେଲେଣି । ସେହିପରି ୩୮ ହଜାର ୯୩୮ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହେଲାଣି । ଅନ୍ୟପଟେ ଆକ୍ରାନ୍ତଙ୍କ ମଧ୍ୟରୁ ୧୨ଲକ୍ଷ ୩୦ ହଜାର ୫୧୦ ଜଣ ସୁସ୍ଥ ମଧ୍ୟ ହୋଇସାରିଛନ୍ତି । ଏବେ ୫ଲକ୍ଷ ୮୬ହଜାର ୨୯୮ଟି ଆକ୍ଟିଭ କେସ ରହିଛି । 

ଏବେ ନଜର ପକାଇବା ବିଶ୍ୱବ୍ୟାପୀ କୋରୋନା ସ୍ଥିତି ଉପରେ । ଏବେ ସମଗ୍ର ବିଶ୍ୱରେ ୧କୋଟି ୮୪ଲକ୍ଷ ୪୪ ହଜାର ୬୪୨ ଜଣ ଆକ୍ରାନ୍ତ ଚିହ୍ନଟ ହେଲେଣି । ସେହିପରି ୬ଲକ୍ଷ ୯୭ ହଜାର ୧୮୯ ଜଣଙ୍କ ମୃତ୍ୟୁ ହେଲାଣି । ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ୧କୋଟି ୧୬ଲକ୍ଷ ୭୫ ହଜାର ୫୩୯ ଜଣ ସୁସ୍ଥ ହୋଇସାରିଛନ୍ତି । ଏବେ ୬୦ଲକ୍ଷ ୭୧ ହଜାର ୯୧୪ଟି ଆକ୍ଟିଭ କେସ ରହିଛି । 

କୋରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ସର୍ବାଧିକ ପ୍ରଭାବିତ ହୋଇଛି ଆମେରିକା । ଏହି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୪୮ ଲକ୍ଷ ୬୨ ହଜାର ୧୭୪ ରହିଛି । ସେହିପରି ୧ଲକ୍ଷ ୫୮ ହଜାର ୯୨୯ ଜଣଙ୍କ ମୃତ୍ୟୁ ମଧ୍ୟ ହେଲାଣି । ତାଲିକାର ଦ୍ୱିତୀୟରେ ରହିଛି ବ୍ରାଜିଲ । ଏଠି ଆକ୍ରାନ୍ତଙ୍କ ସଂଖ୍ୟା ୨୭ଲକ୍ଷ ୫୦ ହଜାର ପାର୍ କଲାଣି । ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ପାଖାପାଖି ୯୫ ହଜାର ରହିଛି । ଆମ ଦେଶ ଭାରତ ଏବେ ଟପ-୩ରେ ରହିଛି ।