ଦିନକରେ ୬ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ
Advertisement
Article Detail0/zeeodisha/odisha684798

ଦିନକରେ ୬ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ

ଦେଶରେ ଏପର୍ଯ୍ୟନ୍ତ ୧ଲକ୍ଷ ୧୮ ହଜାର ୪୪୭ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହେଲେଣି ।

ପ୍ରତୀକାତ୍ମକ ଫଟୋ
ପ୍ରତୀକାତ୍ମକ ଫଟୋ

ନୂଆଦିଲ୍ଲୀ: ଭାରତରେ ଏବେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ତୀବ୍ର ଗତିରେ ବଢ଼ୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୦୮୮ଟି ନୂଆ ମାମଲା ସାମ୍ନାକୁ ଆସିଛି । ସେହିପରି ୧୪୮ ଜଣଙ୍କ ମୃତ୍ୟୁ ମଧ୍ୟ ହୋଇଛି । କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ମିଳିଛି । 

ସେହିପରି ଦେଶରେ ଏପର୍ଯ୍ୟନ୍ତ ୧ଲକ୍ଷ ୧୮ ହଜାର ୪୪୭ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହେଲେଣି । ସେମାନଙ୍କ ମଧ୍ୟରୁ ୩୫୮୩ ଜଣଙ୍କ ମୃତ୍ୟୁ ହୋଇଛି । ଏବେ ୬୬୩୩୦ଟି ଆକ୍ଟିଭ କେସ ରହିଛି । ଅନ୍ୟମାନେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ତେବେ ବର୍ତ୍ତମାନ ଯେଉଁ ଗତିରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଛି, ତାହା ବେଶ୍ ଚିନ୍ତାଜନକ । 

ଏବେ ନଜର ପକାଇବା ବିଶ୍ୱବାପୀ କୋରୋନା ସ୍ଥିତି ଉପରେ । ସମଗ୍ର ବିଶ୍ୱରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୧ଲକ୍ଷ ୯୪ ହଜାର ୫୭୪ରେ ପହଞ୍ଚିଛି । ସେହିପରି ୩ଲକ୍ଷ ୩୪ ହଜାର ୬୨୧ ଜଣଙ୍କ ମୃତ୍ୟୁ ମଧ୍ୟ ହେଲାଣି । ତେବେ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ୨୦ଲକ୍ଷ ୮୧ ହଜାର ୫୧୧ ଜଣ ଆକ୍ରାନ୍ତ ସୁସ୍ଥ ହେଲେଣି । 

କୋରୋନା ଯୋଗୁ ସବୁଠୁ ଅଧିକ ପ୍ରଭାବିତ ହୋଇଛି ବିଶ୍ୱର ଶକ୍ତିଶାଳୀ ଦେଶ ଆମେରିକା । ଏହି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬ଲକ୍ଷ ୨୦ହଜାର ୯୦୨ ରହିଛି । ସେହିପରି ମୃତ୍ୟୁ ସଂଖ୍ୟା ୯୬୩୫୪ ରହିଛି । ତେବେ ୩ଲକ୍ଷ ୮୨ ହଜାର ୧୬୯ ଜଣ ସୁସ୍ଥ ମଧ୍ୟ ହେଲେଣି । 

;