ଶାନ୍ତସ୍ବରୂପ ରାଉତ,ଭୁବନେଶ୍ବର: ମହାରାଷ୍ଟ୍ର ବିଦର୍ଭ ଅଞ୍ଚଳ ଏବଂ ଏହାର ଆଖପାଖ ଅଞ୍ଚଳ ସୃଷ୍ଚି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨-୩ ଦିନ ପର୍ଯ୍ୟନ୍ତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ପୂର୍ବାନୁମାନ ମୁତାବକ ଉତ୍ତର-ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୂତ ହୋଇଛି।


COMMERCIAL BREAK
SCROLL TO CONTINUE READING

ପାଣିପାଗ କେନ୍ଦ୍ରର ଆକଳନ ଅନୁସାରେ ଆସନ୍ତାକାଲି ସକାଳ ସାଢେ ୮ଟା ସୁଦ୍ଧା ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ ଆଦି ୧୧ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ହେବାର ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ (Yellow Warning) ଜାରି କରାଯାଇଛି। ଏହାସହ ଉତ୍ତର-ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା (Light to Moderate Rainfall) ହେବ। 


Also Read: ଅଦିନେ ଭିଜିବ ଓଡିଶା, ଘଡଘଡି-ବଜ୍ରପାତ ସମ୍ଭାବନା


ନୂଆପଡା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ସୋନପୁର, ବୌଦ୍ଧ, ନୟାଗଡ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାକୁ ଥିବା ବେଳେ ବାକି ଜିଲ୍ଲାରେ ପାଗ ଶୁଖିଲା ରହିବ। ସେହିପରି ଆସନ୍ତାକାଲି ମଧ୍ୟ ୧୯ଟି ଜିଲ୍ଲାରେ ବିଜୁଳି ଘଡଘଡି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଆସନ୍ତା ୩-୪ ଦିନ ମଧ୍ୟରେ ରାତିର ସର୍ବନିମ୍ନ ତାପମାତ୍ରା ଅପରିବର୍ତ୍ତିତ ରହିବା ସହ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ଏସଆରସି।