ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୯ ଜଣ ଶ୍ରମିକଙ୍କ ମୃତ୍ୟୁ
Advertisement
Article Detail0/zeeodisha/odisha681364

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୯ ଜଣ ଶ୍ରମିକଙ୍କ ମୃତ୍ୟୁ

ମଧ୍ୟପ୍ରଦେଶର ଗୁନାରେ  ୬୦ରୁ ଅଧିକ ଶ୍ରମିକଙ୍କ ବସ୍ ବୁଧବାର ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହୋଇଯାଇଥିଲା । ଏହି ଦୁର୍ଘଟଣାରେ ୮ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି ।

ଫଟୋ ସୌଜନ୍ୟ: ସୋସିଆଲ ମିଡିଆ

ନୂଆଦିଲ୍ଲୀ: ଆନ୍ଧ୍ରପ୍ରଦେଶର ପ୍ରକାଶମ୍ ଜିଲ୍ଲାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏଠାରେ ୩୦ ଜଣ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ଟ୍ରାକ୍ଟର ହାଇ ଟେନସନ ପୋଲରେ ଯାଇଁ ଧକ୍କା ଦେଇଛି । ଫଳରେ ଏହି ଦୁର୍ଘଟଣାରେ ୯ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବାବେଳେ ଏକାଧିକ ଆହତ ହୋଇଛନ୍ତି ।  ଆହତମାନଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି ।

ଏହି ଦୁର୍ଘଟଣାରେ ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଦୁଃଖ ପ୍ରକାଶ କରିଛନ୍ତି । ରାଜ୍ୟ ପ୍ରଶାସନ ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି । ଯେଉଁଠାରେ ସେମାନଙ୍କୁ ଚିକିତ୍ସା କରାଯାଉଛି ବୋଲି ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ସୂଚନା ଦିଆଯାଇଥିଲା। ଏହି ଦୁର୍ଘଟଣାରେ ଶିକାର ହୋଇଥିବା ଲୋକଙ୍କ ପରିବାର ପ୍ରତି ରାଜ୍ୟପାଳ ହୃଦୟରୁ ସମବେଦନା ଜଣାଇଛନ୍ତି ।

ଏଠାରେ କହି ରଖୁଛୁ ଯେ, ପୂର୍ବରୁ ୩ଟି ଭିନ୍ନ ଭିନ୍ନ ଦୁର୍ଘଟଣାରେ ଅନେକ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା । ମଧ୍ୟପ୍ରଦେଶର ଗୁନାରେ  ୬୦ରୁ ଅଧିକ ଶ୍ରମିକଙ୍କ ବସ୍ ବୁଧବାର ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହୋଇଯାଇଥିଲା । ଏହି ଦୁର୍ଘଟଣାରେ ୮ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ଏଥିସହ ଉତ୍ତରପ୍ରଦେଶରେ ଏକ ବସ୍ ଶ୍ରମିକମାନଙ୍କୁ ଧକ୍କା ଦେଇଥିଲା । ଯେଉଁଥିରେ ୬ ଜଣଙ୍କ ମୃତ୍ୟୁ ଘଟିଛି । ବିହାରରେ ଏକ ଦୁର୍ଘଟଣାରେ ୨ ଶ୍ରମିକଙ୍କର ମଧ୍ୟ ମୃତ୍ୟୁ ଘଟିଛି ।