ନୂଆଦିଲ୍ଲୀ: Train Cancelled List: ଭାରତୀୟ ରେଳ (Indian Railways) ସାଧାରଣ ଲୋକଙ୍କ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ । ପ୍ରତିଦିନ ବହୁ ସଂଖ୍ୟକ ଲୋକ ଟ୍ରେନରେ ଯାତ୍ରା କରନ୍ତି । ଏହା ଦୁନିଆର ସବୁଠୁ ବଡ଼ ରେଳ ନେଟୱାର୍କ ମଧ୍ୟରୁ ଗୋଟିଏ । ଏପରି ପରିସ୍ଥିତିରେ ଲୋକମାନଙ୍କୁ ନିଜ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଇବା ପାଇଁ ପ୍ରତିଦିନ ହଜାର ହଜାର ଟ୍ରେନ୍ (Trains) ଚଳାଯାଉଛି । ଏହି କାରଣରୁ ଏହାକୁ ଭାରତର ଲାଇଫ୍ ଲାଇନ୍ କୁହାଯାଏ । ବେଳେବେଳେ ବିଭିନ୍ନ କାରଣରୁ କେତେକ ଟ୍ରେନ୍ ଡାଇଭର୍ଟ, ରିଶିଡ୍ୟୁଲ  ଏବଂ ବାତିଲ୍ କରିବାକୁ ପଡେ । ଏହି କାରଣରୁ ଲୋକଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥାଏ ।


COMMERCIAL BREAK
SCROLL TO CONTINUE READING

ଏହି ଡାଇଭର୍ଟ, ରିଶିଡ୍ୟୁଲ ଏବଂ ବାତିଲ ଟ୍ରେନ୍ ଗୁଡିକରେ ଏକ୍ସପ୍ରେସ ଟ୍ରେନ୍, ମେଲ୍ ଟ୍ରେନ୍ ଏବଂ ସମସ୍ତ ତିନି ପ୍ରକାରର ପ୍ରିମିୟମ୍ ଟ୍ରେନ୍ ସାମିଲ ରହିଛି । ଆଜି ରେଳବାଇ ମୋଟ ୧୨୬ ଟ୍ରେନ୍ ବାତିଲ କରିବାକୁ ନିଷ୍ପତ୍ତି ନେଇଛି । ଆପଣଙ୍କୁ କହି ରଖୁଛୁ ଯେ ଟ୍ରେନ୍ ବାତିଲ୍ ପଛରେ ଅନେକ ଭିନ୍ନ କାରଣ ଅଛି । ଏହାର ମୁଖ୍ୟ କାରଣ ହେଉଛି ଖରାପ ପାଗ । ଏହି ସମୟରେ ଦେଶରେ ମୌସୁମୀ ଜାରି ରହିଛି । ଏଭଳି ପରିସ୍ଥିତିରେ ଅନେକ ସ୍ଥାନରେ ବନ୍ୟା ପରିସ୍ଥିତି ଦେଖାଦେଇଛି । ଏଭଳି ପରିସ୍ଥିତିରେ ଅନେକ ଟ୍ରେନକୁ ବାତିଲ କରିବାକୁ ପଡିଛି କିମ୍ବା ଏହାର ସମୟ ଓ ମାର୍ଗ ପରିବର୍ତ୍ତନ କରିବାକୁ ପଡ଼ିଛି । ଏହା ବ୍ୟତୀତ ଆଇନ ଶୃଙ୍ଖଳା ବଜାୟ ରଖିବା ପାଇଁ ଅନେକ ଥର ଟ୍ରେନକୁ ବାତିଲ କରିବାକୁ ପଡ଼ିଥାଏ ।


ଆଜି ଅର୍ଥାତ୍ ଅଗଷ୍ଟ ୩ରେ ରେଲୱେ ମୋଟ ୧୨୬ ଟ୍ରେନ୍ ବାତିଲ କରିବାକୁ ନିଷ୍ପତ୍ତି ନେଇଛି । ଏଥି ସହିତ ମୋଟ ୧୫ଟି ଟ୍ରେନ୍ ରିଶିଡ୍ୟୁଲ କରିଛି ଓ ୧୪ଟି ଟ୍ରେନ୍ ଡାଇଭର୍ଟ ବା ସେମାନଙ୍କର ମାର୍ଗ ପରିବର୍ତ୍ତନ କରାଯାଇଛି । 


ଏହା ବି ପଢ଼ନ୍ତୁ:-ପେଟ୍ରୋଲ-ଡିଜେଲ ମୂଲ୍ୟରେ ମିଳିବ ରିହାତି! ୬ ମାସରେ ସବୁଠାରୁ ଶସ୍ତା ହେଲା ଅଶୋଧିତ ତୈଲ


ଏହା ବି ପଢ଼ନ୍ତୁ:-କିପରି ହୋଇଥାଏ ଉପରାଷ୍ଟ୍ରପତି ନିର୍ବାଚନ, କିଏ କିଏ ଦିଅନ୍ତି ଭୋଟ୍; ଜାଣନ୍ତୁ ପୁରା ପ୍ରକ୍ରିୟା


ଏହା ବି ପଢ଼ନ୍ତୁ:-ଆଜି ଉପରାଷ୍ଟ୍ରପତି ନିର୍ବାଚନ: ଜଗଦୀପ ଧନଖର ଓ ମାର୍ଗରେଟ୍ ଆଲଭା, କାହାକୁ ମିଳିବ କେତେ ଭୋଟ୍, ଜାଣନ୍ତୁ କ'ଣ ରହିଛି ସମୀକରଣ


 


ଯଦି ଆପଣ ମଧ୍ୟ ବାତିଲ୍, ରିଶିଡ୍ୟୁଲ ଏବଂ ଡାୟଭର୍ଟ ଟ୍ରେନ୍ ଗୁଡ଼ିକର ତାଲିକା ଚେକ୍ କରିବାକୁ ଚାହୁଁଛନ୍ତି, ତେବେ ଆପଣ କିଛି ସହଜ ପଦକ୍ଷେପ ଅନୁସରଣ କରି ଏହାକୁ ଚେକ୍ କରିପାରିବେ । ତେବେ ଆସନ୍ତୁ ଜାଣିବା ଏହି ପଦ୍ଧତି ବିଷୟରେ- 


ଏହିପରି ଦେଖନ୍ତୁ ଆପଣଙ୍କର ଟ୍ରେନ୍ ସ୍ଥିତି


ଭାରତୀୟ ରେଳବାଇ ଦ୍ୱାରା ବାତିଲ ହୋଇଥିବା ଟ୍ରେନର ତାଲିକା ଦେଖିବାକୁ, ଆପଣଙ୍କୁ ପ୍ରଥମେ enquiry.indianrail.gov.in/mntes/ କୁ ଯିବାକୁ ପଡିବ । ତା’ପରେ ସେଠାରେ ଆପଣ ସ୍କ୍ରିନର ଡାହାଣ ପାର୍ଶ୍ୱରେ ଥିବା ଉପର ପ୍ୟାନେଲରେ  Exceptional Trains ଲେଖା ଦେଖିବେ, ଏଥିରେ କ୍ଲିକ୍ କରନ୍ତୁ । ଆପଣ ଏହା ଉପରେ କ୍ଲିକ୍ କରିବା ମାତ୍ରେ ଆପଣଙ୍କୁ ଅନେକ ବିକଳ୍ପ ଦେଖିବାକୁ ମିଳିବ, ସେଥିମଧ୍ୟରୁ ଗୋଟିଏ ବାତିଲ ହୋଇଥିବା ଟ୍ରେନ୍ ପାଇଁ ହେବ । ଯଦି ଆପଣ ବାତିଲ ହୋଇଥିବା ଟ୍ରେନର ତାଲିକା ଦେଖିବାକୁ ଚାହାଁନ୍ତି, ତେବେ ଏଥିରେ କ୍ଲିକ୍ କରନ୍ତୁ । ଏହା ପରେ ବାତିଲ, ପୁନଃନିର୍ଦ୍ଧାରିତ ଏବଂ ଡାଇଭର୍ଟ ଟ୍ରେନର ତାଲିକା ଆପଣଙ୍କ ପରଦାରେ ଦେଖାଯିବ, ଯାହା ଦ୍ୱାରା ଆପଣ ଆପଣଙ୍କର ଆବଶ୍ୟକତା ଅନୁଯାୟୀ ସୂଚନା ପାଇପାରିବେ ।