ରେଲୱେ ବାତିଲ କଲା ପୁଣି ୧୩୦ ଟ୍ରେନ୍, ୧୪ ରିଶିଡ୍ୟୁଲ; ଜାଣନ୍ତୁ ଟ୍ରେନ ରଦ୍ଦ ହେବା ପଛର କାରଣ
Advertisement
Article Detail0/zeeodisha/odisha1307670

ରେଲୱେ ବାତିଲ କଲା ପୁଣି ୧୩୦ ଟ୍ରେନ୍, ୧୪ ରିଶିଡ୍ୟୁଲ; ଜାଣନ୍ତୁ ଟ୍ରେନ ରଦ୍ଦ ହେବା ପଛର କାରଣ

Train Cancelled List 18 August 2022: ବାତିଲ ହୋଇଥିବା ଟ୍ରେନଗୁଡ଼ିକ ମଧ୍ୟରୁ ଉତ୍ତର ପ୍ରଦେଶ, ଝାରଖଣ୍ଡ, ଛତିଶଗଡ଼, ମହାରାଷ୍ଟ୍ର, ଦିଲ୍ଲୀ, ମଧ୍ୟ ପ୍ରଦେଶ, ପଶ୍ଚିମବଙ୍ଗ, ଓଡ଼ିଶା, କର୍ଣ୍ଣାଟକ, ଆନ୍ଧ୍ର ପ୍ରଦେଶ ଏବଂ ବିହାର ଯାଉଥିବା ଟ୍ରେନ ସାମିଲ ରହିଛି । ବିଗତ କିଛି ଦିନ ଧରି ଓଡିଶା, ମହାରାଷ୍ଟ୍ର, ମଧ୍ୟ ପ୍ରଦେଶ, ଝାଡଖଣ୍ଡ, ପଶ୍ଚିମବଙ୍ଗ ଆଦି ଦେଶର ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇଆସୁଛି । 

ରେଲୱେ ବାତିଲ କଲା ପୁଣି ୧୩୦ ଟ୍ରେନ୍, ୧୪ ରିଶିଡ୍ୟୁଲ;  ଜାଣନ୍ତୁ ଟ୍ରେନ ରଦ୍ଦ ହେବା ପଛର କାରଣ

ନୂଆଦିଲ୍ଲୀ: Train Cancelled List 18 August 2022: ଭାରତୀୟ ରେଳ (Indian Railways) ସାଧାରଣ ଲୋକଙ୍କ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ । ପ୍ରତିଦିନ ବହୁ ସଂଖ୍ୟକ ଲୋକ ଟ୍ରେନରେ ଯାତ୍ରା କରନ୍ତି । ଏହା ଦୁନିଆର ସବୁଠୁ ବଡ଼ ରେଳ ନେଟୱାର୍କ ମଧ୍ୟରୁ ଗୋଟିଏ । ଏପରି ପରିସ୍ଥିତିରେ ଲୋକମାନଙ୍କୁ ନିଜ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଇବା ପାଇଁ ପ୍ରତିଦିନ ହଜାର ହଜାର ଟ୍ରେନ୍ (Trains) ଚଳାଯାଉଛି । ଏହି କାରଣରୁ ଏହାକୁ ଭାରତର ଲାଇଫ୍ ଲାଇନ୍ କୁହାଯାଏ । ବେଳେବେଳେ ବିଭିନ୍ନ କାରଣରୁ କେତେକ ଟ୍ରେନ୍ ଡାଇଭର୍ଟ, ରିଶିଡ୍ୟୁଲ  ଏବଂ ବାତିଲ୍ କରିବାକୁ ପଡେ । ଏହି କାରଣରୁ ଲୋକଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥାଏ ।

ଏହି ଡାଇଭର୍ଟ, ରିଶିଡ୍ୟୁଲ ଏବଂ ବାତିଲ ଟ୍ରେନ୍ ଗୁଡିକରେ ଏକ୍ସପ୍ରେସ ଟ୍ରେନ୍, ମେଲ୍ ଟ୍ରେନ୍ ଏବଂ ସମସ୍ତ ତିନି ପ୍ରକାରର ପ୍ରିମିୟମ୍ ଟ୍ରେନ୍ ସାମିଲ ରହିଛି । ଆଜି ରେଳବାଇ ମୋଟ ୧୩୦ ଟ୍ରେନ୍ ବାତିଲ କରିବାକୁ ନିଷ୍ପତ୍ତି ନେଇଛି । ଆପଣଙ୍କୁ କହି ରଖୁଛୁ ଯେ ଟ୍ରେନ୍ ବାତିଲ୍ ପଛରେ ଅନେକ ଭିନ୍ନ କାରଣ ଅଛି । ଏହାର ମୁଖ୍ୟ କାରଣ ହେଉଛି ଖରାପ ପାଗ । ଏହି ସମୟରେ ଦେଶରେ ମୌସୁମୀ ଜାରି ରହିଛି । ଏଭଳି ପରିସ୍ଥିତିରେ ଅନେକ ସ୍ଥାନରେ ବନ୍ୟା ପରିସ୍ଥିତି ଦେଖାଦେଇଛି । ଏଭଳି ପରିସ୍ଥିତିରେ ଅନେକ ଟ୍ରେନକୁ ବାତିଲ କରିବାକୁ ପଡିଛି କିମ୍ବା ଏହାର ସମୟ ଓ ମାର୍ଗ ପରିବର୍ତ୍ତନ କରିବାକୁ ପଡ଼ିଛି । ଏହା ବ୍ୟତୀତ ଆଇନ ଶୃଙ୍ଖଳା ବଜାୟ ରଖିବା ପାଇଁ ଅନେକ ଥର ଟ୍ରେନକୁ ବାତିଲ କରିବାକୁ ପଡ଼ିଥାଏ ।

ଆଜି ଅର୍ଥାତ୍ ଅଗଷ୍ଟ ୧୮ରେ ରେଲୱେ ମୋଟ ୧୩୦ ଟ୍ରେନକୁ ସଂପୂର୍ଣ୍ଣ ବାତିଲ କରିବାକୁ ନିଷ୍ପତ୍ତି ନେଇଛି । ଏହାସହ ୧୪ଟି ଟ୍ରେନକୁ ଆଂଶିକ ବାତିଲ କରାଯାଇଛି । ଏଥି ସହିତ ମୋଟ ୧୪ଟି ଟ୍ରେନ୍ ରିଶିଡ୍ୟୁଲ କରିଛି ଓ ୬ଟି ଟ୍ରେନ୍ ଡାଇଭର୍ଟ ବା ସେମାନଙ୍କର ମାର୍ଗ ପରିବର୍ତ୍ତନ କରାଯାଇଛି । 

ବାତିଲ ହୋଇଥିବା ଟ୍ରେନଗୁଡ଼ିକ ମଧ୍ୟରୁ ଉତ୍ତର ପ୍ରଦେଶ, ଝାରଖଣ୍ଡ, ଛତିଶଗଡ଼, ମହାରାଷ୍ଟ୍ର, ଦିଲ୍ଲୀ, ମଧ୍ୟ ପ୍ରଦେଶ, ପଶ୍ଚିମବଙ୍ଗ, ଓଡ଼ିଶା, କର୍ଣ୍ଣାଟକ, ଆନ୍ଧ୍ର ପ୍ରଦେଶ ଏବଂ ବିହାର ଯାଉଥିବା ଟ୍ରେନ ସାମିଲ ରହିଛି । ବିଗତ କିଛି ଦିନ ଧରି ଓଡିଶା, ମହାରାଷ୍ଟ୍ର, ମଧ୍ୟ ପ୍ରଦେଶ, ଝାଡଖଣ୍ଡ, ପଶ୍ଚିମବଙ୍ଗ ଆଦି ଦେଶର ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇଆସୁଛି । ରେଳ ଚଳାଚଳ ଉପରେ ଏହାର ସିଧାସଳଖ ପ୍ରଭାବ ପଡିଥାଏ । ଏହା ସହିତ ଟ୍ରାଫିକ୍ ବ୍ଲକ୍ ଓ ରେଳ ଟ୍ରାକ୍ ମରାମତି ଯୋଗୁଁ ଟ୍ରେନ୍ ଗୁଡିକ ମଧ୍ୟ ବାତିଲ୍ କରିବାକୁ ପଡିଛି । ପ୍ରତିଦିନ ଶହ ଶହ ଟ୍ରେନ୍ ରେଳ ଟ୍ରାକ୍ ଦେଇ ଯାଇଥାଏ ।

ଏହା ବି ପଢ଼ନ୍ତୁ:-ବାବା ଭେଙ୍ଗା ଭାରତକୁ ନେଇ କରିଛନ୍ତି ଭୟଙ୍କର ଭବିଷ୍ୟବାଣୀ, ୨୦୨୨ରେ ଆସୁଛି ବଡ଼ ସଙ୍କଟ!

ଏହା ବି ପଢ଼ନ୍ତୁ:-ଲକ୍ଷ ଲକ୍ଷ ସରକାରୀ କର୍ମଚାରୀଙ୍କୁ ବଡ଼ ଉପହାର! ଏଥର ମହଙ୍ଗା ଭତ୍ତାରେ ୬ ପ୍ରତିଶତ ହେଲା ବୃଦ୍ଧି, ସରକାର କଲେ ଘୋଷଣା

ଏହା ବି ପଢ଼ନ୍ତୁ:-କେତେଥର ଆଧାର କାର୍ଡରେ ପରିବର୍ତ୍ତନ କରିପାରିବେ ଆପଣଙ୍କର ନାମ, ଠିକଣା ଏବଂ ଜନ୍ମ ତାରିଖ? ଜାଣନ୍ତୁ କ'ଣ ରହିଛି ନିୟମ

 

ଯଦି ଆପଣ ମଧ୍ୟ ବାତିଲ୍, ରିଶିଡ୍ୟୁଲ ଏବଂ ଡାୟଭର୍ଟ ଟ୍ରେନ୍ ଗୁଡ଼ିକର ତାଲିକା ଚେକ୍ କରିବାକୁ ଚାହୁଁଛନ୍ତି, ତେବେ ଆପଣ କିଛି ସହଜ ପଦକ୍ଷେପ ଅନୁସରଣ କରି ଏହାକୁ ଚେକ୍ କରିପାରିବେ । ତେବେ ଆସନ୍ତୁ ଜାଣିବା ଏହି ପଦ୍ଧତି ବିଷୟରେ- 

ଏହିପରି ଦେଖନ୍ତୁ ଆପଣଙ୍କର ଟ୍ରେନ୍ ସ୍ଥିତି

ଭାରତୀୟ ରେଳବାଇ ଦ୍ୱାରା ବାତିଲ ହୋଇଥିବା ଟ୍ରେନର ତାଲିକା ଦେଖିବାକୁ, ଆପଣଙ୍କୁ ପ୍ରଥମେ enquiry.indianrail.gov.in/mntes/ କୁ ଯିବାକୁ ପଡିବ । ତା’ପରେ ସେଠାରେ ଆପଣ ସ୍କ୍ରିନର ଡାହାଣ ପାର୍ଶ୍ୱରେ ଥିବା ଉପର ପ୍ୟାନେଲରେ  Exceptional Trains ଲେଖା ଦେଖିବେ, ଏଥିରେ କ୍ଲିକ୍ କରନ୍ତୁ । ଆପଣ ଏହା ଉପରେ କ୍ଲିକ୍ କରିବା ମାତ୍ରେ ଆପଣଙ୍କୁ ଅନେକ ବିକଳ୍ପ ଦେଖିବାକୁ ମିଳିବ, ସେଥିମଧ୍ୟରୁ ଗୋଟିଏ ବାତିଲ ହୋଇଥିବା ଟ୍ରେନ୍ ପାଇଁ ହେବ । ଯଦି ଆପଣ ବାତିଲ ହୋଇଥିବା ଟ୍ରେନର ତାଲିକା ଦେଖିବାକୁ ଚାହାଁନ୍ତି, ତେବେ ଏଥିରେ କ୍ଲିକ୍ କରନ୍ତୁ । ଏହା ପରେ ବାତିଲ, ପୁନଃନିର୍ଦ୍ଧାରିତ ଏବଂ ଡାଇଭର୍ଟ ଟ୍ରେନର ତାଲିକା ଆପଣଙ୍କ ପରଦାରେ ଦେଖାଯିବ, ଯାହା ଦ୍ୱାରା ଆପଣ ଆପଣଙ୍କର ଆବଶ୍ୟକତା ଅନୁଯାୟୀ ସୂଚନା ପାଇପାରିବେ ।