• ପୁଣି କମିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍
  • IPL 2020: ଆଜି ଆରସିବି - ମୁମ୍ବାଇ ମୁହାଁମୁହିଁ
  • କଟକଣା ମଧ୍ୟରେ ଆରମ୍ଭ ହେବ ପରୀକ୍ଷା ଓ ନାମଲେଖା
  • ବିଜୁ ଯୁବ ଜନତା ଦଳର ଜେନେରାଲ ସେକ୍ରେଟାରୀ ଭାବେ ନିଯୁକ୍ତି ପାଇଥିବା କଳ୍ପତରୁ ଓଝାଙ୍କୁ ନିଲମ୍ବିତ କଲେ ସଭାପତି ନବୀନ ପଟ୍ଟନାୟକ ।
  • କଟକରେ ଭାଙ୍ଗିଲା ରେଳବାଇ କ୍ରସିଂ ଆଙ୍ଗେଲ୍‌, ୧୬ ନମ୍ବର ଜାତୀୟ ରାଜପଥରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ।
  • ଆଠଗଡ଼ରେ ଥିବା ସିମେଣ୍ଟ କାରଖାନାରେ ଦୁର୍ଘଟଣା, ଜଣେ ଶ୍ରମିକ ମୃତ
  • ବିଧାନସଭା ଆରମ୍ଭ ହେବା ପୂର୍ବରୁ ବିଜେଡ଼ି ବିଧାୟକ ଦଳ ବୈଠକ
  • ହାଇକୋର୍ଟରେ ଯାଜପୁର ବିରଜା ମନ୍ଦିର ରଥଯାତ୍ରା ମାମଲା । ଜିଲ୍ଲାପାଳ ଓ ଏସପିଙ୍କୁ ହାଇକୋର୍ଟଙ୍କ ରିପୋର୍ଟ ତଲବ । ଅକ୍ଟୋବର ୮କୁ ଘୁଞ୍ଚିଲା ଶୁଣାଣୀ ।
  • ଉଲ୍ଲିବୁରୁ ଖଣି ଦୁର୍ନୀତି ମାମଲା: ଦୀପକ ଗୁପ୍ତାଙ୍କ ନିୟମିତ ଜାମିନ ଖାରଜ ।
  • ୩ ମାସ ପାଇଁ ଅନ୍ତରୀଣ ଜାମିନ ମଞ୍ଜୁର, ୧ ଅକ୍ଟେବରରୁ ୩ ମାସ ଅନ୍ତରୀଣ ଜାମିନରେ ଦୀପକ ।

ସେନା ଗୁଳିରେ ଦୁଇ ଆତଙ୍କୀ ନିହତ

ଜମ୍ମୁ କାଶ୍ମୀରର ରାଜଧାନୀ ଶ୍ରୀନଗରରେ ସେନା ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିୟମ।

ସେନା ଗୁଳିରେ ଦୁଇ ଆତଙ୍କୀ ନିହତ

ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀରର ରାଜଧାନୀ ଶ୍ରୀନଗରରେ ସେନା ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିୟମ। ସେନା ଗୁଳିରେ ଦୁଇ ଆତଙ୍କୀଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି। ଶ୍ରୀନଗରର ନିକଟସ୍ଥ ରଣବୀରଗଡ଼ ଅଞ୍ଚଳର ଏହି ଗୁଳିବିନିମୟ ହୋଇଥିବା ସୂଚନା ରହିଛି। 

ଗୁଇନ୍ଦା ସୂତ୍ରରୁ ମିଳିଥିବା ସୂଚନା ମୁତାବକ ରଣବୀରଗଡ଼ ନିକଟରେ ଦୁଇ ରୁ ତିନି ଜଣ ଆତଙ୍କବାଦୀ ଲୁଚି ରହିଥିବା ନେଇ ସୂଚନା ମିଳିଥିଲା। ସୂଚନା ପାଇବା ପରେ ସୁରକ୍ଷା କର୍ମୀମାନେ ଉକ୍ତ ଅଞ୍ଚଳରେ କୁମ୍ବିଂ ଅପରେସନ କରିଥିଲେ। ତେବେ କୁମ୍ବିଂ ସମୟରେ ଆତଙ୍କବାଦୀମାନେ ସେନା ଉପରକୁ ଗୁଳି ଚାଳନା କରିଥିଲେ। ଜବାବରେ ସେନା ମଧ୍ୟ ଗୁଳି ଚଳାଇଥିଲା। ସେନା ଗୁଳିରେ ଦୁଇ ଜଣ ଆତଙ୍କୀଙ୍କ  ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି।