• ପୁଣି କମିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍
  • IPL 2020: ଆଜି ଆରସିବି - ମୁମ୍ବାଇ ମୁହାଁମୁହିଁ
  • କଟକଣା ମଧ୍ୟରେ ଆରମ୍ଭ ହେବ ପରୀକ୍ଷା ଓ ନାମଲେଖା
  • ବିଜୁ ଯୁବ ଜନତା ଦଳର ଜେନେରାଲ ସେକ୍ରେଟାରୀ ଭାବେ ନିଯୁକ୍ତି ପାଇଥିବା କଳ୍ପତରୁ ଓଝାଙ୍କୁ ନିଲମ୍ବିତ କଲେ ସଭାପତି ନବୀନ ପଟ୍ଟନାୟକ ।
  • କଟକରେ ଭାଙ୍ଗିଲା ରେଳବାଇ କ୍ରସିଂ ଆଙ୍ଗେଲ୍‌, ୧୬ ନମ୍ବର ଜାତୀୟ ରାଜପଥରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ।
  • ଆଠଗଡ଼ରେ ଥିବା ସିମେଣ୍ଟ କାରଖାନାରେ ଦୁର୍ଘଟଣା, ଜଣେ ଶ୍ରମିକ ମୃତ
  • ବିଧାନସଭା ଆରମ୍ଭ ହେବା ପୂର୍ବରୁ ବିଜେଡ଼ି ବିଧାୟକ ଦଳ ବୈଠକ
  • ହାଇକୋର୍ଟରେ ଯାଜପୁର ବିରଜା ମନ୍ଦିର ରଥଯାତ୍ରା ମାମଲା । ଜିଲ୍ଲାପାଳ ଓ ଏସପିଙ୍କୁ ହାଇକୋର୍ଟଙ୍କ ରିପୋର୍ଟ ତଲବ । ଅକ୍ଟୋବର ୮କୁ ଘୁଞ୍ଚିଲା ଶୁଣାଣୀ ।
  • ଉଲ୍ଲିବୁରୁ ଖଣି ଦୁର୍ନୀତି ମାମଲା: ଦୀପକ ଗୁପ୍ତାଙ୍କ ନିୟମିତ ଜାମିନ ଖାରଜ ।
  • ୩ ମାସ ପାଇଁ ଅନ୍ତରୀଣ ଜାମିନ ମଞ୍ଜୁର, ୧ ଅକ୍ଟେବରରୁ ୩ ମାସ ଅନ୍ତରୀଣ ଜାମିନରେ ଦୀପକ ।

weather update: ଆସାମ, ଉତ୍ତର ପ୍ରଦେଶ, ଗୁଜୁରାଟ, ଉତ୍ତରାଖଣ୍ଡରେ ହୋଇପାରେ ପ୍ରବଳ ବର୍ଷା

ଚଳିତ ମାସ ୨୭-୨୯ ତାରିଖ ମଧ୍ୟରେ ଦେଶର ବିଭିନ୍ନ ଭାଗରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଇଏମଡି।

weather update: ଆସାମ, ଉତ୍ତର ପ୍ରଦେଶ, ଗୁଜୁରାଟ, ଉତ୍ତରାଖଣ୍ଡରେ ହୋଇପାରେ ପ୍ରବଳ ବର୍ଷା

ନୂଆଦିଲ୍ଲୀ: ଦେଶର ଗୁଜୁରାଟ, ଉତ୍ତରାଖଣ୍ଡ, ଉତ୍ତର ପ୍ରଦେଶ, ରାଜସ୍ଥାନ, ପଶ୍ଚିମ ମଧ୍ୟ ପ୍ରଦେଶ, ଛତିଶଗଡ, ଅରୁଣାଚଳ ପ୍ରଦେଶ, ଆସାମ ଆଦି ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଶନିବାର(ଜୁଲାଇ ୨୫, ୨୦୨୦) ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ-ଆଇଏମଡି(Indian Metrological Department-IMD)।

ଏନେଇ ଟ୍ୱିଟ କରି ଆଇଏମଡି ପକ୍ଷରୁ କୁହାଯାଇଛି ଉପରୋକ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟପଟେ ଚଳିତ ମାସ ୨୬-୨୮ ତାରିଖ ମଧ୍ୟରେ ଉତ୍ତରାଖଣ୍ଡ, ଉତ୍ତର ପ୍ରଦେଶ, ହିମାଚଳ ପ୍ରଦେଶ, ବିହାର ଆଦି ରାଜ୍ୟରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୭-୨୯ ତାରିଖ ମଧ୍ୟରେ ପଞ୍ଜାବ ଏବଂ ହରିୟାଣାରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ ।
 
ଅନ୍ୟପଟେ ହିମାଳୟ ପାଦଦେଶସ୍ଥ ଅଞ୍ଚଳ ଯଥା ପଶ୍ଚିମବଙ୍ଗ, ଆସାମ, ମେଘାଳୟ ଏବଂ ଅରୁଣାଚଳ ପ୍ରଦେଶ ଆଦି ରାଜ୍ୟରେ ଜୁଲାଇ ୨୬-୨୯ ତାରିଖ ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଇଏମଡି ପକ୍ଷରୁ କୁହାଯାଇଛି ।