ଆଜି ୧୪୩୪ ନୂଆ ମାମଲା, ଆକ୍ରାନ୍ତଙ୍କ ସଂଖ୍ୟା ୩୫ ହଜାର !
Advertisement
Article Detail0/zeeodisha/odisha721954

ଆଜି ୧୪୩୪ ନୂଆ ମାମଲା, ଆକ୍ରାନ୍ତଙ୍କ ସଂଖ୍ୟା ୩୫ ହଜାର !

ଆଜି ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮୮୯ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଛନ୍ତି । ଅନ୍ୟ ୫୪୫ଟି ଲୋକାଲ କେସ ରହିଛି ।

ଆଜି ୧୪୩୪ ନୂଆ ମାମଲା, ଆକ୍ରାନ୍ତଙ୍କ ସଂଖ୍ୟା ୩୫ ହଜାର !

ଭୁବନେଶ୍ୱର: ରାଜ୍ୟରେ ଆଉ ୧୪୩୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୪ ହଜାର ୯୧୩ରେ ପହଞ୍ଚିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ମିଳିଛି । 

ଆଜି ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮୮୯ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଛନ୍ତି । ଅନ୍ୟ ୫୪୫ଟି ଲୋକାଲ କେସ ରହିଛି । ତେବେ ଆଜି ଚିହ୍ନଟ ହୋଇଥିବା ନୂଆ ମାମଲା ମଧ୍ୟରୁ ସର୍ବାଧିକ ଗଞ୍ଜାମ ଜିଲ୍ଲାରୁ ୩୨୦ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ ୨୧୮, ରାୟଗଡ଼ରୁ ୧୯୭ ଓ କଟକରୁ ୧୨୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । 

ଆକ୍ରାନ୍ତଙ୍କ ମଧ୍ୟରୁ ୨୧ ହଜାର ୨୭୩ ଜଣ ସୁସ୍ଥ ହୋଇ ସାରିଲେଣି । ଏବେ ରାଜ୍ୟରେ ୧୩୪୦୪ଟି ଆକ୍ଟିଭ କେସ ରହିଛି ।