)
ଭୁବନେଶ୍ୱର: ରାଜ୍ୟରେ ପୁଣି ୪୮ଟି ନୂଆ ମାମଲା ସାମ୍ନାକୁ ଆସିଛି। ଏହା ସହିତ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬୭୨ରେ ପହଞ୍ଚିଛି। ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ସର୍ବାଧିକ ଗଞ୍ଜାମ ଓ ବାଲେଶ୍ୱରରୁ ରହିଛନ୍ତି। ଉଭୟ ଜିଲ୍ଲାରୁ ୧୨ଟି ମାମଲା ସାମ୍ନାକୁ ଆସିଛି। ଏହା ସହିତ ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ଶତକ ପାର କରିଛି।
ତେବେ ଅନ୍ୟ ଆକ୍ରାନ୍ତଙ୍କ ମଧ୍ୟରେ ପୁରୀରୁ ୧୦, ଭଦ୍ରକରୁ ୬ ଜଣ, ଯାଜପୁରରୁ ୨, ସୁନ୍ଦରଗଡ଼, କଟକ ଓ ଦେବଗଡ଼ରୁ ଜଣେ ଲେଖାଏଁ ରହିଛନ୍ତି। ସେପଟେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ମୋଟ ୬୭୨ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୧୫୮ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି। ୫ ୧୧ ଜଣ ବର୍ତ୍ତମାନ ସୁଦ୍ଧା ଚିକିତ୍ସାଧିନ ରହିଛନ୍ତି।