ଆଇନ ମନ୍ତ୍ରୀ ପ୍ରତାପ ଜେନା, ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ପୁରୀରେ ରହି ରଥଯାତ୍ରା କାର୍ଯ୍ୟ ତଦାରଖ କରିବେ ।
Trending Photos
)
ଭୁବନେଶ୍ୱର: ପବିତ୍ର ରଥଯାତ୍ରାର ଉତ୍ତମ ପରିଚାଳନା ପାଇଁ ପୁରୀରେ କ୍ୟାମ୍ପ କରିବେ ୩ ମନ୍ତ୍ରୀ । ଆଇନ ମନ୍ତ୍ରୀ ପ୍ରତାପ ଜେନା, ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ପୁରୀରେ ରହି ରଥଯାତ୍ରା କାର୍ଯ୍ୟ ତଦାରଖ କରିବେ । ଯୋଜନା ବୋର୍ଡ ଉପାଧ୍ୟକ୍ଷ ମଧ୍ୟ ଏମାନଙ୍କ ସାଙ୍ଗରେ ରହିବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ନିର୍ଦ୍ଦେଶ ଦେଇଛନ୍ତି ।
ସୋମବାର ରଥଯାତ୍ରା ପାଇଁ ସୁପ୍ରିମକୋର୍ଟରୁ ଗ୍ରୀନ ସିଗନାଲ ମିଳିଥିଲା । କଟକଣାର ସହ ରଥଯାତ୍ରା କରିବାକୁ କୋର୍ଟ କହିଥିଲେ । ତେବେ ଦେଶର ସର୍ବୋଚ୍ଚ ନ୍ୟାୟାଳୟକୁ ଏନେଇ ଧନ୍ୟବାଦ ଜଣାଇଛନ୍ତି ନବୀନ । ସେହିପରି ଏ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ସହଯୋଗ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି, ବର୍ତ୍ତମାନ କୋଭିଡ ୧୯ ଯୋଗୁ ସମଗ୍ର ବିଶ୍ୱ ଏକ କଠିନ ପରିସ୍ଥିତି ଦେଇ ଗତି କରୁଛି । ଏହି ପରିସ୍ଥିତିରେ ରଥଯାତ୍ରା ପାଳନ କରିବା ନିଶ୍ଚିତ ଭାବେ ଏକ ଚ୍ୟାଲେଞ୍ଜ । ତେଣୁ ଆମକୁ ରଥଯାତ୍ରାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ଅତି ସାବଧାନତାର ସହ କରିବାକୁ ହେବ । ତେବେ ରଥଯାତ୍ରା ପରିଚାଳନାରେ ଭାଗ ନେଇଥିବା ସମସ୍ତ ବ୍ୟକ୍ତି ବିଶେଷ କୋଭିଡ ଗାଇଡଲାଇନକୁ ନିଷ୍ଠାର ସହ ପାଳନ କରିବେ ବୋଲି ମୋର ଆଶା ଓ ବିଶ୍ୱାସ ରହିଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।