୨୬ ତାରିଖରେ ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେଓଗଡ, କେଉଁଝର, ମୟୂରଭଂଜ, ନୂଆପଡା, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ରାୟଗଡା ଓ ଗଜପତି ଜିଲ୍ଲାରେ ଘଡଘଡି ବର୍ଷା ସହ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
Trending Photos
)
ଶାନ୍ତସ୍ୱରୂପ ରାଉତ, ଭୁବନେଶ୍ୱର: କାଲିଠୁ ବର୍ଷା । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରେ ଦୂର୍ବଳ ଥିବା ବେଳେ ଟ୍ରଫ୍ ଲାଇନ ଓ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ କିଛି ଜିଲ୍ଲାରେ ହାଲୁକା ବର୍ଷା ସହ ଆସନ୍ତାକାଲି ଠାରୁ ବର୍ଷାର ପରିମାଣ ବୃଦ୍ଧି ହେବାର ସମ୍ଭାବନା ରହିଛି ।
୨୬ ତାରିଖରେ ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେଓଗଡ, କେଉଁଝର, ମୟୂରଭଂଜ, ନୂଆପଡା, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ରାୟଗଡା ଓ ଗଜପତି ଜିଲ୍ଲାରେ ଘଡଘଡି ବର୍ଷା ସହ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ତେବେ ଆସନ୍ତା ୨୮ ତାରିଖ ଯାଏଁ ଏପରି ବିକ୍ଷିପ୍ତ ଭାବେ କିଛି ଜିଲ୍ଲାରେ ବର୍ଷା ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି କେନ୍ଦ୍ର ।