ରାଜ୍ୟରେ ଅଗଷ୍ଟ ୨ରୁ ପ୍ରବଳ ବର୍ଷା ସମ୍ଭାବନା
Advertisement

ରାଜ୍ୟରେ ଅଗଷ୍ଟ ୨ରୁ ପ୍ରବଳ ବର୍ଷା ସମ୍ଭାବନା

ଅଗଷ୍ଟ ମାସରୁ ବର୍ଷାର ପରିମାଣ ବୃଦ୍ଧି ହେବା ସହ ୨ ତାରିଖରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହିଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଜପତି, ରାୟଗଡା, ବରଗଡ ଏବଂ ବୌଦ୍ଧ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ରାଜ୍ୟରେ ଅଗଷ୍ଟ ୨ରୁ ପ୍ରବଳ ବର୍ଷା ସମ୍ଭାବନା

ଶାନ୍ତସ୍ୱରୂପ ରାଉତ, ଭୁବନେଶ୍ୱର: ୪ରେ ଲଘୁଚାପ, ୨ରୁ ପ୍ରବଳ ବର୍ଷା । ଦକ୍ଷିଣ ଉପକୂଳ ଆନ୍ଧ୍ର ପ୍ରଦେଶ ଓ ଏହାର ଆଖପାଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାସହ ଅଗଷ୍ଟ ୪ ତାରିଖ ଆଡକୁ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବା ନେଇ ଆକଳନ କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେପଟେ ଆସନ୍ତ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଘଡଘଡି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି କେନ୍ଦ୍ର । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ, ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ।

ଏହାସହ ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, ଅନୁଗୋଳ, କେନ୍ଦୁଝର, ମୟୁରଭଞ୍ଜ, ବଲାଙ୍ଗୀର, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଏବଂ ବୌଦ୍ଧ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ୦୧ ତାରିଖରେ ମଧ୍ୟ ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ, କନ୍ଧମାଳ, ଗଂଜାମ, ଗଜପତି, ରାୟଗଡା ଜିଲ୍ଲାରେ ବିଜୁଳି ଘଡଘଡି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । 

ତେବେ ଅଗଷ୍ଟ ମାସରୁ ବର୍ଷାର ପରିମାଣ ବୃଦ୍ଧି ହେବା ସହ ୨ ତାରିଖରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହିଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଜପତି, ରାୟଗଡା, ବରଗଡ ଏବଂ ବୌଦ୍ଧ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହ ଅଗଷ୍ଟ  ୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରାଯାଇଛି । ଏହାସହ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ଏହି ସମୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ମାଛ ମାରିବାକୁ ନ ଯିବାକୁ ବାରଣ କରାଯାଇଛି ।