ସେହିପରି କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ଝାରସଗୁଡା ଓ ସୁନ୍ଦରଗଡ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି କେନ୍ଦ୍ର । ସେହିପରି ଆସନ୍ତାକାଲି ନୂଆପଡା, କଳାହାଣ୍ଡି, ନବରଙ୍ଗପୁର, ମୟୂରଭଂଜ ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
Trending Photos
)
ଶାନ୍ତସ୍ୱରୂପ ରାଉତ, ଭୁବନେଶ୍ୱର: ସକ୍ରିୟ ରହିଛି ମୌସୁମୀ । ଆଜି ଯାଏଁ ୩୬ ପ୍ରତିଶତ ଅଧିକ ବର୍ଷା ରେକର୍ଡ । ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଓ ଟ୍ରଫ୍ ଲାଇନ ପ୍ରଭାବରେ ଗତ ଦୁଇ ଦିନ ଧରି ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟାରେ ନୂଆପଡା, ନବରଙ୍ଗପୁର, ବରଗଡ, ବଲାଙ୍ଗିର ଓ କଳାହାଣ୍ଡି ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ଝାରସଗୁଡା ଓ ସୁନ୍ଦରଗଡ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି କେନ୍ଦ୍ର । ସେହିପରି ଆସନ୍ତାକାଲି ନୂଆପଡା, କଳାହାଣ୍ଡି, ନବରଙ୍ଗପୁର, ମୟୂରଭଂଜ ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୩ ତାରିଖରୁ ବର୍ଷାର ପରିମାଣ କମିବା ସହ ୨୫ ତାରିଖରୁ ପୁଣି ବଢିବାର ସମ୍ଭାବନା ରହିଛି । ତେବେ ଜୁନ ୧ରୁ ୨୧ ଜୁନ ମଧ୍ୟରେ ରାଜ୍ୟରେ ୧୭୨ ଦଶମିକ ୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଯାହା ଏଯାଏଁ ସ୍ୱାଭାବିକ ବର୍ଷା ଠାରୁ ୩୬ ପ୍ରତିଶତ ଅଧିକା ।