Advertisement
Article Detail0/zeeodisha/odisha703419
Zee OdishaOdisha Khabarଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲାର ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଜିଲ୍ଲାରେ ବିଜୁଳି ଘଡଘଡି ସହ ସ୍ୱଳରୁ ରୁ ମଧ୍ୟମ ଧରଣର ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଶାନ୍ତସ୍ୱରୂପ ରାଉତ, ଭୁବନେଶ୍ୱର: ବଢିବ ବର୍ଷା । ମୌସୁମୀ ଟ୍ରଫ ଲାଇନ ସମୁଦ୍ର ପତ୍ତନରେ  ଅମୃତସର, ଆମ୍ବଲା, ଦିଲ୍ଲୀ, ଆଦି ଅଂଚଳ ସମେତ ଉତ୍ତର ବଙ୍ଗୋପସାଗରର ଦକ୍ଷିଣ-ପୂର୍ବ ଭାଗ ପର୍ଯ୍ୟନ୍ତ ଲମ୍ବିଛି । ଏହାସହ ଏକ ଟ୍ରଫ ଲାଇନ ସମୁଦ୍ର ପତ୍ତନ ଠାରୁ ଉତ୍ତର ଉପକୂଳ ଓଡିଶା ଯାଏଁ ଲମ୍ବିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଅନେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସହ ସୁନ୍ଦରଗଡ, ବଲାଙ୍ଗୀର, ବରଗଡ,  ସୋନପୁର, ସମ୍ବଲପୁର, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ ଏବଂ ପୁରୀ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । 

ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲାର ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଜିଲ୍ଲାରେ ବିଜୁଳି ଘଡଘଡି ସହ ସ୍ୱଳରୁ ରୁ ମଧ୍ୟମ ଧରଣର ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସହ ଘଡଘଡି ଓ ବଜ୍ରପାତ ନେଇ ବିଭିନ୍ନ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେପଟେ ଜୁନ ପହିଲାରୁ ଜୁନ୍ ୨୯ ଏଯାବତ ରାଜ୍ୟରେ ୨୪୧ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଯାହା ସ୍ବାଭାବିକ ବର୍ଷା ଠାରୁ ୧୬ ପ୍ରତିଶତ ଅଧିକ । ସେହିପରି କେନ୍ଦ୍ରାପଡା, ଯାଜପୁର, ଖୋର୍ଦ୍ଧା, ଜଗତସିଂହପୁର ଏବଂ ପୁରୀ ଜିଲ୍ଲାରେ ସ୍ୱାଭାବିକ ବର୍ଷା ଠାରୁ କମ୍ ବର୍ଷା ରେକର୍ଡ କରାଯାଇଛି ।

Add Zee News as a Preferred Source
About the Author