Advertisement
Article Detail0/zeeodisha/odisha697780
Zee OdishaOdisha Khabarଆସନ୍ତାକାଲି ୬ ଜିଲ୍ଲାରେ ପ୍ରବଳ ବର୍ଷିବ

ଆସନ୍ତାକାଲି ୬ ଜିଲ୍ଲାରେ ପ୍ରବଳ ବର୍ଷିବ

ଦକ୍ଷୀଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ରାଜ୍ୟରେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି କେନ୍ଦ୍ର ପୂର୍ବାନୁମାନ କରିଛି ।

ଆସନ୍ତାକାଲି ୬ ଜିଲ୍ଲାରେ ପ୍ରବଳ ବର୍ଷିବ

ଶାନ୍ତସ୍ୱରୂପ ରାଉତ, ଭୁବନେଶ୍ୱର: ଏବେ ନାହିଁ ଲଘୁଚାପ, ତଥାପି ବର୍ଷିବ । ରାଜ୍ୟରେ ଆସନ୍ତା ୧୯ ତାରିଖରେ ଆଉ ଏକ ଲଘୁଚାପ ନେଇ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଥିବା ବେଳେ ତାହା ଏବେ ଘନୀଭୂତ ହେବାର ସମ୍ଭାବନା ନଥିବା କେନ୍ଦ୍ର ସୂଚନା ଦେଇଛି । ପୂର୍ବ ଉତ୍ତର ପ୍ରଦେଶ ଓ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଧୀରେ ଧୀରେ ଦୂର୍ବଳ ହେଉଥିବା ବେଳେ ଝାଡଖଣ୍ଡ ଆଖପାଖରେ ଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । 

ସେପଟେ ଦକ୍ଷୀଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ରାଜ୍ୟରେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି କେନ୍ଦ୍ର ପୂର୍ବାନୁମାନ କରିଛି । ଆସନ୍ତା ୨୪ ଘଣ୍ଟାରେ କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ଆସନ୍ତାକାଲି ଠାରୁ ବର୍ଷାର ପରିମାଣ ବୃଦ୍ଧି ହେବା ସହ ଦେଓଗଡ, ସୁନ୍ଦରଗଡ, ସମ୍ବଲପୁର, କେଉଁଝର, ମୟୂରଭଂଜ ଓ ବାଲେଶ୍ବର ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Add Zee News as a Preferred Source
About the Author