ଜୁନ୍ ୧୦ରୁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା !
Advertisement

ଜୁନ୍ ୧୦ରୁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା !

ଲଘୁଚାପ ପ୍ରଭାବରେ ରାଜ୍ୟରେ ଜୁନ୍ ୧୦ ତାରିଖରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର ।

ପ୍ରତୀକାତ୍ମକ ଫଟୋ

ଶାନ୍ତସ୍ୱରୂପ ରାଉତ, ଭୁବନେଶ୍ୱର: ୪୮  ଘଣ୍ଟାରେ ଲଘୁଚାପ ସୃଷ୍ଟି ହେବ । ଘନୀଭୂତ ହେବ ମୌସୁମୀ ବାୟୁ । ଜୁନ୍ ୧୦ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଉକ୍ତ ଅଂଚଳରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହା ପରିବର୍ତ୍ତୀ ୨୪ ଘଣ୍ଟା ଭିତରେ ଆହୁରି ଘନୀଭୂତ ହେବା ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଲଘୁଚାପ ପ୍ରଭାବରେ ରାଜ୍ୟରେ ଜୁନ୍ ୧୦ ତାରିଖରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର । ତେବେ ଆସନ୍ତା ୨୪ ଘଣ୍ଟାରେ କେଉଁଝର, ମୟୂରଭଂଜ, ସୁନ୍ଦରଗଡ, ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ଦେଓଗଡ, ସମ୍ବଲପୁର, ଝାରସୁଗୁଡା, ସୋନପୁର, ବୌଦ୍ଧ, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, ବରଗଡ, ନୟାଗଡ ଓ ବଲାଙ୍ଗିର ଜିଲ୍ଲରେ ଘଡଘଡି ବର୍ଷା ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ।

ଏହାସହ ଜୁନ୍ ୯ ତାରିଖରୁ ପାଗରେ ପରିବର୍ତ୍ତନ ଆସିବା ସହ ଗଂଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ଜୁନ୍ ୧୦ ଓ ୧୧ ତାରିଖରେ ଉପକୂଳ ସମେତ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରିଛି କେନ୍ଦ୍ର । ସେହିପରି ସମୁଦ୍ର ଅଶାନ୍ତ ହେତୁ ଆସନ୍ତା ୧୦ ତାରିଖରୁ ସମୁଦ୍ର ପ୍ରବେଶ ମନା ଥିବା ବେଳେ ଗଭୀର ସମୁଦ୍ରରେ ଥିବା ମତ୍ସଜୀବୀଙ୍କୁ ୯ ତାରିଖ ସୁଦ୍ଧା ଉପକୂଳ ଫେରିଆସିବାକୁ ପରାମର୍ଶ ଦେଇଛି କେନ୍ଦ୍ର ।