କ୍ୟାବିନେଟ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ସୁପ୍ରିମକୋର୍ଟଙ୍କ ରାୟକୁ ମାନିବ ରାଜ୍ୟ ସରକାର
Advertisement
Article Detail0/zeeodisha/odisha697919

କ୍ୟାବିନେଟ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ସୁପ୍ରିମକୋର୍ଟଙ୍କ ରାୟକୁ ମାନିବ ରାଜ୍ୟ ସରକାର

ବିଭିନ୍ନ ଜିଲ୍ଲାରେ ଥିବା ପରିଚାଳନା କମିଟି ଓ ଅନୁଷ୍ଠାନଗୁଡିକ ଯେପରି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ପାଳନ କରିବେ । ତାହା ସୁନିଶ୍ଚିତ କରିବା ପାଇଁ ସମସ୍ତ ଜିଲ୍ଲା ମାଜିଷ୍ଟ୍ରେଟମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

କ୍ୟାବିନେଟ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ସୁପ୍ରିମକୋର୍ଟଙ୍କ ରାୟକୁ ମାନିବ ରାଜ୍ୟ ସରକାର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଷଷ୍ଠଦଶ ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ଲଦାଖର ଗଲୱାନ ଉପତ୍ୟକାରେ ସହିଦ ହୋଇଥିବା ଓଡିଶାର ଦୁଇ ଜଣ ଯବାନ ନନ୍ଦୁରାମ ସୋରେନ ଓ ଚନ୍ଦ୍ରକାନ୍ତ ପ୍ରଧାନଙ୍କ ସମେତ ୨୦ ଜଣ ବୀର ସୈନିକଙ୍କ ସ୍ମୃତି ଉଦ୍ଦେଶ୍ୟରେ ୨ ମିନିଟ ନୀରବ ପ୍ରାର୍ଥନା କରାଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା ।

ଏହି ବୈଠକରେ ରାଜ୍ୟ ଆଡଭୋକେଟ ଜେନେରାଲ ଯୋଗ ଦେଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ସମ୍ପକରେ ମାନ୍ୟବର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ୟାବିନେଟକୁ ଅବଗତ କରାଇଥିଲେ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ସମ୍ପର୍କରେ କ୍ୟାବିନେଟରେ ବିସ୍ତୃତ ଆଲୋଚନା କରାଯାଇ ନିଷ୍ପତ୍ତି ଗ୍ରହଣ କରାଯାଇଛି । କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଶ୍ରୀମନ୍ଦିର ପରିସର ମଧ୍ୟରେ ସମସ୍ତ ପ୍ରକାର ନିର୍ଦ୍ଦେଶାବଳୀ ଅନୁପାଳନ ସହିତ ସମସ୍ତ ନୀତି ପାଳନ କରିବା ପାଇଁ ପଦକ୍ଷେପ ନେବାକୁ ଶ୍ରୀ ଜଗନ୍ନାଥ ମନ୍ଦିର ପରିଚାଳନା କମିଟିକୁ ସୂଚିତ କରାଯାଇଛି ।

ଏହା ସହିତ ବିଭିନ୍ନ ଜିଲ୍ଲାରେ ଥିବା ପରିଚାଳନା କମିଟି ଓ ଅନୁଷ୍ଠାନଗୁଡିକ ଯେପରି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ପାଳନ କରିବେ । ତାହା ସୁନିଶ୍ଚିତ କରିବା ପାଇଁ ସମସ୍ତ ଜିଲ୍ଲା ମାଜିଷ୍ଟ୍ରେଟମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏହି ନିଷ୍ପତ୍ତି ପ୍ରତ୍ୟେକ ଓଡିଆ ଓ ଜଗନ୍ନାଥ ପ୍ରେମୀଙ୍କୁ ନିଶ୍ଚୟ ଦୁଃଖ ଦେବ ।