Advertisement
Article Detail0/zeeodisha/odisha690322
Zee OdishaOdisha Khabarଆଉ ୧୪୩ କୋରୋନା ଆକ୍ରାନ୍ତ ଚିହ୍ନଟ

ଆଉ ୧୪୩ କୋରୋନା ଆକ୍ରାନ୍ତ ଚିହ୍ନଟ

ଆଜି ଚିହ୍ନଟ ହୋଇଥିବା ନୂଆ ମାମଲା ମଧ୍ୟରୁ ୧୩୨ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହିଁ ଚିହ୍ନଟ ହୋଇଛନ୍ତି । ଅନ୍ୟ ୧୧ ଜଣ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳର । 

ଆଉ ୧୪୩ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୪୩ କୋରୋନା ଆକ୍ରାନ୍ତ ଚିହ୍ନଟ । ଏହା ସହ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୩୮୮ରେ ପହଞ୍ଚିଛି । ଏମାନଙ୍କ ମଧ୍ୟରୁ ୧୩୨୫ ଜଣ ସୁସ୍ଥ ହୋଇସାରିଛନ୍ତି । ଏବେ ୧୦୫୪ ଆକ୍ଟିଭ କେସ ରହିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ମିଳିଛି । 

ତେବେ ଆଜି ଚିହ୍ନଟ ହୋଇଥିବା ନୂଆ ମାମଲା ମଧ୍ୟରୁ ୧୩୨ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହିଁ ଚିହ୍ନଟ ହୋଇଛନ୍ତି । ଅନ୍ୟ ୧୧ ଜଣ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳର । 

ସେହିପରି ଏପର୍ଯ୍ୟନ୍ତ ୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇସାରିଲାଣି । ଏମାନଙ୍କ ମଧ୍ୟରୁ ୭ ଜଣଙ୍କ କୋରୋନା ଯୋଗୁଁ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ କାରଣରୁ ୨ ଜଣଙ୍କ ମୃତ୍ୟୁ ହୋଇଛି । ଅର୍ଥାତ ରାଜ୍ୟରେ କୋରୋନା ଜନିତ ମୃତ୍ୟୁ ସଂଖ୍ୟା ୭ ହିଁ ରହିଛି । 

About the Author