Advertisement
Article Detail0/zeeodisha/odisha702018
Zee OdishaOdisha Khabarମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସରିଲା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କମିଟିର ବୈଠକ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସରିଲା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କମିଟିର ବୈଠକ

ରାଜ୍ୟ ବିପର୍ଯ୍ୟୟ ପରିଚାଳନା କମିଟିର ବୈଠକ ବସିଥିଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ । ଉପସ୍ଥିତ ଥିଲେ ମନ୍ତ୍ରୀମଣ୍ଡଳର ପ୍ରମୁଖ ସଦସ୍ୟ, ବିରୋଧି ଦଳ ନେତା, କଂଗ୍ରେସ ବିଧାୟକ ଦଳ ନେତା, ସାଂସଦ ଓ ବିଧାୟକ ମାନେ ।

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସରିଲା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କମିଟିର ବୈଠକ

ଯଯାତି ମହାନ୍ତି, ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିରେ ଅଧ୍ୟକ୍ଷତା କରି ବିପର୍ଯ୍ୟୟ ବେଳେ ଆଗୁଆ ପ୍ରସ୍ତୁତି, ତ୍ବରିତ ଉଦ୍ଧାର ଓ ପୁନର୍ଗଠନ ଉପରେ ଗୁରୁତ୍ବ ଦେଇଛନ୍ତି । ଆମର ପ୍ରସ୍ତୁତି ଗତିଶୀଳ, ସାମଗ୍ରିକ ଏବଂ ଭାଗିଦାରୀ ମୂଳକ ହେବା ଉଚିତ । କୋଭିଡ ମୁକାବିଲାରେ ଜନସାଧାରଣଙ୍କ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି । ସବୁବେଳେ ଅତୀତର ବିପର୍ଯ୍ୟୟ ଗୁଡିକରୁ ଆମେ ଶିକ୍ଷା ଗ୍ରହଣ କରିଆସିଛୁ । ସମ୍ଭାବ୍ୟ ଦୁର୍ବିପାକ ପାଇଁ ପ୍ରସ୍ତୁତିରେ ଉନ୍ନତି ଆଣିବା ପାଇଁ ନିରନ୍ତର ପ୍ରଚେଷ୍ଟା ଜାରି ରହିଛି । ‘ଅଭିଜ୍ଞତାରୁ ଶିକ୍ଷା’ ଏବଂ ‘ପରବର୍ତ୍ତୀ ପ୍ରସ୍ତୁତି’ରେ ଉନ୍ନତିର ଏହି ନିରନ୍ତର ପ୍ରକ୍ରିୟା ପାଇଁ ଆମକୁ ସବୁ କ୍ଷେତ୍ରରୁ ପ୍ରଶଂସା ମିଳିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ବୈଠକରେ ମନ୍ତ୍ରୀମଣ୍ଡଳର ସଦସ୍ୟ, ବିରୋଧି ଦଳ ନେତା, କଂଗ୍ରେସ ବିଧାୟକ ଦଳ ନେତା, ସାଂସଦ ଓ ବିଧାୟକ ପ୍ରମୁଖ ଉପସ୍ଥିତ ରହି ବିଭିନ୍ନ ପରାମର୍ଶ ଦେଇଛନ୍ତି ।

ରାଜ୍ୟ ବିପର୍ଯ୍ୟୟ ପରିଚାଳନା କମିଟିର ବୈଠକ ବସିଥିଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ । ଉପସ୍ଥିତ ଥିଲେ ମନ୍ତ୍ରୀମଣ୍ଡଳର ପ୍ରମୁଖ ସଦସ୍ୟ, ବିରୋଧି ଦଳ ନେତା, କଂଗ୍ରେସ ବିଧାୟକ ଦଳ ନେତା, ସାଂସଦ ଓ ବିଧାୟକ ମାନେ । ଓଡ଼ିଶା ଏକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ ହୋଇଥିବାରୁ ପ୍ରତିବର୍ଷ ସାମୁଦ୍ରିକ ଝଡ଼ର ସାମ୍ନା କରୁଛନ୍ତି ରାଜ୍ୟବାସୀ । ତା ସାଙ୍ଗକୁ ବନ୍ୟା, ଅଦିନିଆ ବର୍ଷା, ବଜ୍ରପାତର ଭୟ ବି ରହିଛି । ଏବେ ପୁଣି କୋରୋନା ମହାମାରୀ ସମସ୍ତଙ୍କୁ କବଳିତ କରି ରଖିଛି । ବିଭିନ୍ନ ବିପର୍ଯ୍ୟୟରେ ଜନସାଧାରଣଙ୍କ ଉପରକୁ ଆସୁଥିବା ବିପଦକୁ କମ୍ କରିବା ପାଇଁ ରାଜ୍ୟ ସରକାର ଅନେକ ଫଳପ୍ରଦ ପଦକ୍ଷେପ ଗ୍ରହଣ କରିଆସିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗୁଆ ପ୍ରସ୍ତୁତି, ତ୍ବରିତ ଉଦ୍ଧାର ଏବଂ ପୁନର୍ଗଠନ ପାଇଁ ବିଭିନ୍ନ ପଦକ୍ଷେପ ସହିତ ଦୀର୍ଘକାଳୀନ ମୁକାବିଲା  କାର୍ଯ୍ୟକ୍ରମ ହେଉଛି ଆମର ବିପର୍ଯ୍ୟୟ ପରିଚାଳନା ଦୃଷ୍ଟିଭଙ୍ଗୀର ମୂଳନୀତି । ରାଜ୍ୟ ପ୍ରଶାସନକୁ ଅଭିଜ୍ଞତା ସମ୍ପନ୍ନ SOP (Standard Operating Procedure) ପାଳନ ସହ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ  ପରାମର୍ଶ ଦେଇଛନ୍ତି ।

ଗତ ୩ ମାସ ଧରି କୋଭିଡ-୧୯ ମହାମାରୀ ରାଜ୍ୟର ଜନସାଧାରଣଙ୍କ ଦୈନନ୍ଦିନ ଜୀବନକୁ ଗଭୀର ଭାବେ ପ୍ରଭାବିତ କରିଛି । ରାଜ୍ୟରେ ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ନିଆଯାଇଥିବା ପଦକ୍ଷେପ ଯୋଗୁ ଓଡିଶା ଆଜି ଏ କ୍ଷେତ୍ରରେ ଭଲ ସ୍ଥିତିରେ ରହିଛି । ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଏଥିପାଇଁ ସାଧୁବାଦ ଜଣାଇଛନ୍ତି । ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଠିକ୍ ସମୟରେ ଆସିଛି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଚଳିତ ବର୍ଷ ଭଲ ବର୍ଷା ହେବାର ଆଶା ରହିଛି। ଜୁନ୍ ଠାରୁ ଅକ୍ଟୋବର ପର୍ଯ୍ୟନ୍ତ ସମୟ ହେଉଛି ଖୁବ୍ ଗୁରୁତ୍ବପୂର୍ଣ୍ଣ । ଏହି ସମୟରେ ବନ୍ୟା, ବାତ୍ୟା, ମରୁଡି ଭଳି ପ୍ରାକୃତିକ ବିପର୍ଯ୍ୟୟ ଆସିପାରେ । ଏହିସବୁ ବିପର୍ଯ୍ୟୟ ପାଇଁ ଆମର ପ୍ରସ୍ତୁତିକୁ ନିରନ୍ତର ସମୀକ୍ଷା କରିବା ଦରକାର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ବୈଠକରେ ଦୁର୍ବଳ ନଦୀବନ୍ଧର ରକ୍ଷଣାବେକ୍ଷଣ ଠାରୁ ଆରମ୍ଭ କରି କୋରୋନା ପାଇଁ ଲମ୍ବା ଲଢେଇ ପାଇଁ ସରକାରଙ୍କ ପ୍ରସ୍ତୁତି ବିଷୟରେ ଆଲୋଚନା ହୋଇଛି । ସମ୍ଭାବ୍ୟ ବାତ୍ୟା ଓ ବନ୍ୟାର ମୁକାବିଲା ନିମନ୍ତେ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ସଂପର୍କରେ ବୈଠକରେ ସୂଚନା ଦିଆଯାଇଥିଲା ।

Add Zee News as a Preferred Source

ଜୁନ ୧ରୁ ନଭେମ୍ବର ୩୦ ପର୍ଯ୍ୟନ୍ତ ପ୍ରତି ଜିଲ୍ଲା ସଦର ମହକୁମାରେ ନିୟନ୍ତ୍ରଣ କକ୍ଷ ଖୋଲା ଯାଇଥିବା ବେଳେ ଟେଲି ଯୋଗାଯୋଗ ସୁବିଧା ନ ଥିବା ବନ୍ୟାପ୍ରବଣ ଅଞ୍ଚଳରେ ୧୫ଟି ଅସ୍ଥାୟୀ ଭି.ଏଚ୍.ଏଫ କେନ୍ଦ୍ର ସ୍ଥାପନ ପାଇଁ ପଦକ୍ଷେପ ନିଆଯାଇଛି । ୨୦ଟି ଓଡ୍ରାଫ ଟିମ୍କୁ ଆବଶ୍ୟକୀୟ ଜରୁରୀକାଳୀନ ସହାୟତା ସହିତ ଜାଗତିଆର ରଖାଯାଇଛି । ବିଭିନ୍ନ ନଦୀବନ୍ଧ ମାନଙ୍କରେ ୪୯ଟି ଦୁର୍ବଳ ସ୍ଥାନ ଚିହ୍ନଟ କରାଯାଇଛି । ସେଗୁଡିକର ଜଗାରଖା ପାଇଁ ଆବଶ୍ୟକ ବ୍ୟବସ୍ଥା କରାଯାଇଛି । ରାଜ୍ୟରେ ଥିବା ୮୭୯ଟି ବହୁମୁଖୀ ବନ୍ୟା ଓ ବାତ୍ୟା ଆଶ୍ରୟସ୍ଥଳୀ ଯାଞ୍ଚ କରାଯାଇ ୭୯୬ଟିର ମରାମତି କରାଯାଇଛି।

About the Author