Advertisement
Article Detail0/zeeodisha/odisha702959
Zee OdishaOdisha Khabarଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବଜ୍ରପାତ ଓ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବଜ୍ରପାତ ଓ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ କନ୍ଧମାଳ, ରାୟଗଡା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ବୌଦ୍ଧ, ଗଂଜାମ ଏବଂ ଗଜପତି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବଜ୍ରପାତ ଓ ପ୍ରବଳ ବର୍ଷା ସମ୍ଭାବନା

ଶାନ୍ତସ୍ୱରୂପ ରାଉତ, ଭୁବନେଶ୍ୱର: ଏଣିକି ବର୍ଷିବ । ଗରମରୁ ମିଳିବ ମୁକ୍ତି । ରାଜ୍ୟରେ ରେକର୍ଡ ହୋଇଛି ୧୬ ପ୍ରତିଶତ ଅଧିକ ବର୍ଷା । ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୂର୍ବଳ ରହିଥିବା ବେଳେ ଉତ୍ତର-ପୂର୍ବ ମଧ୍ୟପ୍ରଦେଶରୁ ଉତ୍ତର-ମଧ୍ୟ ମହାରାଷ୍ଟ୍ର ପର୍ଯ୍ୟନ୍ତ ଏକ ଟ୍ରଫ୍ ଲାଇନ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା, ଘଡଘଡି ଓ ବଜ୍ରପାତ ନେଇ ସତର୍କ ସୂଚନା ଜାରି କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ କନ୍ଧମାଳ, ରାୟଗଡା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ବୌଦ୍ଧ, ଗଂଜାମ ଏବଂ ଗଜପତି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହ ବିଜୁଳି ଘଡ-ଘଡି ସହ ହାଲୁକା ବର୍ଷା ନେଇ ଉପକୂଳବର୍ତ୍ତୀ ଜିଲ୍ଲା ସମେତ ରାୟଗଡା, ଢେଙ୍କାନାଳ, ଅନୁଗୁଳ, ମୟୁରଭଞ୍ଜ, ନୂଆପଡା, ବଲାଙ୍ଗୀର, କେନ୍ଦୁଝର, ସୋନପୁର, ବୌଦ୍ଧ, କଳାହାଣ୍ଡି, କୋରାପୁଟ, ସୁନ୍ଦରଗଡ, ସମ୍ବଲପୁର ଏବଂ ବରଗଡ ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । 

ଆସନ୍ତାକାଲି ଅର୍ଥାତ ଜୁନ୍ ୨୯ ତାରିଖରେ ଉତ୍ତର ଓଡ଼ିଶାରେ ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ଏବଂ ଦକ୍ଷିଣ ଓଡିଶାରେ କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି । ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଦେବଗଡ, ଝାରସୁଗୁଡା, ଅନୁଗୁଳ, ଢେଙ୍କାନାଳ, ରାୟଗଡା, କନ୍ଧମାଳ, କଳାହାଣ୍ଡି , ରାୟଗଡା, ବଲାଙ୍ଗୀର, ଏବଂ ବରଗଡ ଜିଲ୍ଲାରେ ବିଜୁଳି  ଘଡ-ଘଡି ସହ ସ୍ୱଳ୍ପରୁ ମଧ୍ୟମ  ଧରଣର ବର୍ଷା ସମ୍ଭାବନା ପାଇଁ ୟେଲୋ ୱାର୍ଣିଂ ଜାରି କରାଯାଇଛି । ୩୦ ଜୁନରେ ଓଡିଶା ର ପ୍ରାୟ ଜିଲ୍ଲାରେ କିଛି କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣ ର ବର୍ଷା ସହ ବଲାଙ୍ଗୀର, ଦେବଗଡ, ସୋନପୁର, ବୌଦ୍ଧ, ନୂଆପଡା, ସମ୍ବଲପୁର, ସୁନ୍ଦରଗଡ, ଗଜପତି, ଗଂଜାମ, ପୁରୀ, କନ୍ଧମାଳ, ରାୟଗଡା, ପ୍ରବୃତି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ପାଇଁ ୟେଲୋ ୱାର୍ଣିଂ ଜାରି କରାଯାଇଛି ।

Add Zee News as a Preferred Source

ସେପଟେ ଜୁନ ପହିଲା ୨୮ ଜୁନ ସୁଦ୍ଧା ଓଡ଼ିଶାରେ ୨୨୮.୫ ମିମି ବର୍ଷା ରେକର୍ଡ ହୋଇଛି । ଯାହା ସ୍ବାଭାବିକ ବର୍ଷା ୧୯୭.୮ ମିମି ଠାରୁ ୧୬ ପ୍ରତିଶତ ଅଧିକ । ଏଯାବତ କେନ୍ଦ୍ରାପଡା, ଯାଜପୁର, କଟକ, ଜଗତସିଂହପୁର, ପୁରୀ ଏବଂ ଖୋର୍ଦ୍ଧା ଜିଲ୍ଲାରେ ସ୍ବାଭାବିକ ବର୍ଷା ଠାରୁ କମ ବର୍ଷା ରେକର୍ଡ କରାଯାଇଛି । ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ସୋନପୁର, ବୌଦ୍ଧ, କନ୍ଧମାଳ, ଗଂଜାମ, ଗଜପତି, ନବରଙ୍ଗପୁର, ଏବଂ ନୟାଗଡ ପ୍ରଭୃତି ୧୧ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ କରାଯାଇଛି ।

ମାଲକାନଗିରି, କୋରାପୁଟ, ରାୟଗଡା, ବଲାଙ୍ଗୀର, ସମ୍ବଲପୁର, ସୁନ୍ଦରଗଡ, ଦେଓଗଡ, ଅନଗୁଳ, ଢେଙ୍କାନାଳ, କଳାହାଣ୍ଡି ଏବଂ ବରଗଡ  ପ୍ରଭୃତି ୧୧ଟି ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ କରାଯାଇଛି । ଝାରସୁଗୁଡା  ଏବଂ ନୂଆପଡା ଜିଲ୍ଲାରେ ସ୍ୱାଭାବିକ ଠାରୁ ଅତ୍ୟଧିକ ବର୍ଷା ରେକର୍ଡ କରାଯାଇଛି କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

About the Author