ପୁଣି ସୃଷ୍ଟି ହେଲା ଲଘୁଚାପ, ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
Advertisement
Article Detail0/zeeodisha/odisha706508

ପୁଣି ସୃଷ୍ଟି ହେଲା ଲଘୁଚାପ, ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

 ଆସନ୍ତା ୨୪ ଘଣ୍ଟାରେ ସମ୍ୱଲପୁର, ବରଗଡ, ସୁବର୍ଣ୍ଣପୁର, ଯାଜପୁର ଓ ଭଦ୍ରକ ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ଅରେଂଜ ଓ୍ବାର୍ଣ୍ଣିଂ ଜାରି ହୋଇଛି । ସେ

ପୁଣି ସୃଷ୍ଟି ହେଲା ଲଘୁଚାପ, ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଶାନ୍ତସ୍ୱରୂପ ରାଉତ, ଭୁବନେଶ୍ୱର: ପୁଣି ସୃଷ୍ଟି ହେଲା ଲଘୁଚାପ । ସକ୍ରିୟ ହେଲା ମୌସୁମୀ ବାୟୁ । ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି । ଏହା ଜୁଲାଇ ମାସରେ ପ୍ରଥମ ତଥା ମୌସୁମୀ ବାୟୁ ଜନିତ ଦ୍ୱିତୀୟ ଲଘୁଚାପ ‌। ଏହାସହ ଜୁନ ପରେ ଜୁଲାଇ ମାସରେ ଆଜି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି ।

ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟାରେ ସମ୍ୱଲପୁର, ବରଗଡ, ସୁବର୍ଣ୍ଣପୁର, ଯାଜପୁର ଓ ଭଦ୍ରକ ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ଅରେଂଜ ଓ୍ବାର୍ଣ୍ଣିଂ ଜାରି ହୋଇଛି । ସେହିପରି କଟକ, କେନ୍ଦ୍ରାପଡ଼ା, ବାଲେଶ୍ୱର, ଢେଙ୍କାନାଲ, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ଦେଓଗଡ, ଝାରସୁଗୁଡା, କୋରାପୁଟ, ମାଲକାନଗିରି ଓ କଳାହାଣ୍ଡ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି କେନ୍ଦ୍ର ।

ଏସବୁ ଜିଲ୍ଲାରେ ଚାଷୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ବାକି ଜିଲ୍ଲାରେ ହାଲୁକା ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ଆସନ୍ତା ୭ ତାରିଖରୁ ବର୍ଷାର ପରିମାଣ ହ୍ରାସ ପାଇବା ନେଇ ଆକଳନ କରାଯାଇଛି । ସେପଟେ ସମୁଦ୍ର ଅଶାନ୍ତ ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ହେତୁ ଆସନ୍ତା ୨୪ ଘଣ୍ଟା ଯାଏଁ ସମୁଦ୍ର ପ୍ରବେଶ ନେଇ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି ।