ସେହିପରି କୋରାପୁଟ, ରାୟଗଡା, ଗଂଜାମ, ଗଜପତି, କେଉଁଝର ଓ ମୟୂରଭଂଜ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଘଡଘଡି ହେବାର ସମ୍ଭବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହ ଆସନ୍ତା ୩ ଦିନ ପର୍ଯ୍ୟନ୍ତ କିଛି ଜିଲ୍ଲାରେ ତାତି ଓ କିଛି ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ନେଇ ୱାର୍ଣ୍ଣିଂ ଜାରି କରାଯାଇଛି ।
Trending Photos
ଭୁବନେଶ୍ୱର: ଏଣିକି ତାତିବ ଆଉ ବର୍ଷିବ । ରାଜ୍ୟରେ ଗୋଟିଏ ପଟେ ଗ୍ରୀଷ୍ମ ଲହରୀ ଜାରି ରହିଥିବା ବେଳେ ଅନ୍ୟପଟେ ଆଜି ଠାରୁ କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ପ୍ରଥମତଃ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାରେ ଗ୍ରୀଷ୍ମ ଲହରି ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟାରେ ୧୦ ଜିଲ୍ଲା ବଲାଙ୍ଗିର, ବରଗଡ, ନୂଆପଡା, ସୋନପୁର, ବୌଦ୍ଧ, କଳାହାଣ୍ଡି, ଝାରସୁଗୁଡା, ସମ୍ବଲପୁର, ଅନୁଗୁଳ ଓ ମାଲକାନଗିରି ଜିଲ୍ଲାକୁ ଗ୍ରୀଷ୍ମ ଲହରୀ ନେଇ ସତର୍କ ସୂଚନା ଜାରି କରାଯାଇଛି ।
ସେହିପରି କୋରାପୁଟ, ରାୟଗଡା, ଗଂଜାମ, ଗଜପତି, କେଉଁଝର ଓ ମୟୂରଭଂଜ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଘଡଘଡି ହେବାର ସମ୍ଭବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହ ଆସନ୍ତା ୩ ଦିନ ପର୍ଯ୍ୟନ୍ତ କିଛି ଜିଲ୍ଲାରେ ତାତି ଓ କିଛି ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ନେଇ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ଦିନର ସର୍ବୋଚ୍ଚ ତାପମାତ୍ରା ବିଶେଷ ପରିବର୍ତ୍ତନ ହେବାକୁ ନଥିବା ବେଳେ ଆଭ୍ୟନ୍ତରୀଣ ଓଡିଶାରେ ୪୦ ଡିଗ୍ରୀ ଉପରେ ତାପମାତ୍ରା ରହିବ ବୋଲି ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଦିନବେଳା ଖରା ସମୟରେ ସିଧାସଳଖ ସୂର୍ଯ୍ୟକିରଣରୁ ଦୂରେଇ ରହିବାକୁ ପରାମର୍ଶ ଦିଆଯାଇଛି ।