Advertisement
Article Detail0/zeeodisha/odisha718717
Zee OdishaOdisha Khabarଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

୨୮ ତାରିଖରେ ଓଡିଶାର ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ‌। ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଏବଂ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ମୌସୁମୀ ସହ ଜଡିତ ଟ୍ରଫ ଲାଇନର ସ୍ଥିତି  ହିମାଳୟର ପାଦଦେଶରେ ରହିଥିବାରୁ ଓଡିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବାହ ଦୁର୍ବଳ ରହିଛି ‌। ଏହାସହ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତ୍ତୀ ଆଣ୍ଡାମାନ ସାଗର ଅଂଚଳରେ ସୃଷ୍ଟି ହେଇଥିବା ଘୂର୍ଣ୍ଣିବଳୟ ସମେତ ବିହାରରୁ ଉତ୍ତର ଓଡିଶା ଉପକୂଳ ଯାଏଁ ଏକ ଟ୍ରଫ ଲାଇନ ରହିଛି । 

ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ  ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟପକ୍ଷେ ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, ସମ୍ବଲପୁର, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କଟକ, ବାଲେଶ୍ୱର, ଗଜପତି, ଗଂଜାମ, କନ୍ଧମାଳ ଏବଂ ନୟାଗଡ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ଥିବାରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । 

୨୮ ତାରିଖରେ ଓଡିଶାର ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ‌। ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଏବଂ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଗଂଜାମ, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, ବଲାଙ୍ଗୀର, ସୋନପୁର, କେନ୍ଦୁଝର ଏବଂ  ମୟୂରଭଞ୍ଜ ଜିଲ୍ଲାରେ ବିଜୁଳି ଘଡଘଡି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି କେନ୍ଦ୍ର ।

Add Zee News as a Preferred Source

ସେପଟେ ୧ ଜୁନରୁ ଜୁଲାଇ ୨୭ ମଧ୍ୟରେ ଓଡ଼ିଶାରେ ୪୫୮.୪  ମିମି ବର୍ଷା ରେକର୍ଡ ହୋଇଛି । ଯାହା ସ୍ୱାଭାବିକ ବର୍ଷା ୫୧୧.୬ ମିମି ଠାରୁ ୧୦ ପ୍ରତିଶତ କମ ‌। ୧ ଜୁନରୁ  ଜୁଲାଇ ୨୭ ମଧ୍ୟରେ ୧୧ ଗୋଟି ଜିଲ୍ଲାରେ ସ୍ୱାଭାବିକ ଠାରୁ କମ, ଦୁଇଟି ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ଏବଂ ଅବଶିଷ୍ଟ ୧୭ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

About the Author