Advertisement
Article Detail0/zeeodisha/odisha669738
Zee OdishaOther Newsଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫ ହଜାର ପାର, ମୃତ୍ୟୁ ସଂଖ୍ୟା ୫ଶହ ଟପିଲା

ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫ ହଜାର ପାର, ମୃତ୍ୟୁ ସଂଖ୍ୟା ୫ଶହ ଟପିଲା

ଏବେ ୧୨୯୭୪ ଜଣ କୋରୋନା ଆକ୍ରାନ୍ତଙ୍କ ଚିକିତ୍ସା ଚାଲିଛି । ୨୨୩୦ ଜଣ ସୁସ୍ଥ ହେଲେଣି ।

ପ୍ରତୀକାତ୍ମକ ଫଟୋ
ପ୍ରତୀକାତ୍ମକ ଫଟୋ

ନୂଆଦିଲ୍ଲୀ: ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫ ହଜାର ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୩୩୪ ନୂଆ ମାମଲା ସାମ୍ନାକୁ ଆସିଛି । ଫଳରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୭୧୨ରେ ପହଞ୍ଚିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୨୭ ଜଣଙ୍କ ମୃତ୍ୟୁ ସହ ୫୦୭ ଛୁଇଁଛି କୋରୋନା ମୃତ୍ୟୁସଂଖ୍ୟା । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । 

 ତେବେ ବିଭାଗର ସୂଚନା ମୁତାବକ, ଏବେ ୧୨୯୭୪ ଜଣ କୋରୋନା ଆକ୍ରାନ୍ତଙ୍କ ଚିକିତ୍ସା ଚାଲିଛି । ୨୨୩୦ ଜଣ ସୁସ୍ଥ ହେଲେଣି । ସ୍ଥିତିକୁ ନିୟନ୍ତ୍ରଣରେ ରଖିବା ପାଇଁ ସମସ୍ତ ପ୍ରକାର ପ୍ରୟାସ କରାଯାଉଛି । 

ସେହିପରି ଯଦି ଓଡ଼ିଶାର କଥା ଦେଖିବା, ତେବେ ରାଜ୍ୟରେ ୬୧ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୪ ଜଣ ସୁସ୍ଥ ହେଲେଣି । କେବଳ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଛି । ଏବେ ୩୬ କୋରୋନା ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି । 

About the Author