ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୪ ମୃତ
Advertisement

ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୪ ମୃତ

  ପୁନେ-ମୁମ୍ୱାଇ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ରାସ୍ତା ତଳକୁ ଘସିଲା ବସ । ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଛି । ୩୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି । ମୃତକଙ୍କ ମଧ୍ୟରେ ଜଣେ ୨ ବର୍ଷୀୟ ଶିଶୁ ରହିଥିବା ଜଣାପଡିଛି । 

ଫଟୋ ସୌଜନ୍ୟ: ଏଏନଆଇ

ନୂଆଦିଲ୍ଲୀ:  ପୁନେ-ମୁମ୍ୱାଇ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ରାସ୍ତା ତଳକୁ ଘସିଲା ବସ । ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଛି । ୩୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି । ମୃତକଙ୍କ ମଧ୍ୟରେ ଜଣେ ୨ ବର୍ଷୀୟ ଶିଶୁ ରହିଥିବା ଜଣାପଡିଛି । 

ଆଜି ଭୋର ୫ଟାରେ ମହାରାଷ୍ଟ୍ର ବୋର ଘାଟରେ ଘଟିଛି ଏହି ଦୁର୍ଘଟଣା । ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ବସ ରାସ୍ତା ତଳକୁ ଖସି ପଡିଥିଲା । ଘଟଣା ସ୍ଥଳରେ ହିଁ ୪ଜଣଙ୍କ ମୃତ୍ୟୁ ହୋଇଛି । ସମସ୍ତ ଆହତଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । କିଛି ଆହତ ଗୁରୁତର ରହିଛନ୍ତି । 

ତେବେ ବସ୍ ଚାଳକଙ୍କ ଅସାବଧାନତା ହେତୁ ଏତେ ବଡ ଦୁର୍ଘଟଣା ଘଟିଥିବା କୁହାଯାଉଛି । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।