ଭାଲୁ ଆକ୍ରମଣରେ ବୃଦ୍ଧା ଗୁରୁତର

ଭାଲୁ ଆକ୍ରମଣରେ ଜଣେ ବୃଦ୍ଧା ଗୁରୁତର ହୋଇଛନ୍ତି ।

ଭାଲୁ ଆକ୍ରମଣରେ ବୃଦ୍ଧା  ଗୁରୁତର

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଡେଙ୍ଗାଗୁଡା ଗାଁରେ ଭାଲୁ ଆକ୍ରମଣରେ ଜଣେ ବୃଦ୍ଧା ଗୁରୁତର ହୋଇଛନ୍ତି । ତାଙ୍କ ନାଁ ସୁରେଖା ବାଗ ।
ସୂଚନା ଅନୁସାରେ, ସୁରେଖା ଶୌଚ ପାଇଁ ଘର ନିକଟକୁ ଯାଇଥିଲେ । ସେହି ସମୟରେ ଭାଲୁ ତାଙ୍କୁ ଆକ୍ରମଣ କରିଥିଲା । ତାଙ୍କ ଚିତ୍କାର ଶୁଣି ପରିବାର ଲୋକେ ତାଙ୍କୁ ଉଦ୍ଧାର କରି କୋକସରା ସ୍ୱାସ୍ଥ୍ୟ କେନ୍ଦ୍ରରେ  ଭର୍ତ୍ତି କରିଥିଲେ । ପରେ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟକୁ ତାଙ୍କୁ  ସ୍ଥାନାନ୍ତର କରାଯାଇଛି ।

 

Tags: