)
ନୂଆଦିଲ୍ଲୀ: ଦେଶରେ ବଢ଼ିଚାଲିଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଏପର୍ଯ୍ୟନ୍ତ ଆକ୍ରାନ୍ତଙ୍କ ସଂଖ୍ୟା ୨୬ ହଜାର ପାର କଲାଣି । ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ୮୨୪ରେ ପହଞ୍ଚିଛି । ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଗତ ୨୪ ଘଣ୍ଟା ମଧ୍ୟରେ ୧୯୯୦ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ଗୋଟିଏ ଦିନରେ ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କ ମଧ୍ୟରେ ଏହା ସର୍ବାଧିକ । ତେବେ ୨୪ ଘଣ୍ଟା ମଧ୍ୟରେ ୪୯ ଜଣଙ୍କ ମୃତ୍ୟୁ ମଧ୍ୟ ହୋଇଥିବା କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
UPDATES