ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୭୫୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୭,୭୦୦ ଟଙ୍କା ରହିଛି । ଯାହା ଗତକାଲି ୪୮,୪୫୦ ଟଙ୍କା ଥିଲା ।
Trending Photos
)
ନୂଆଦିଲ୍ଲୀ: କୋରୋନା ସଙ୍କଟ ଯୋଗୁଁ ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁର ମୂଲ୍ୟରେ ହ୍ରାସ ବୃଦ୍ଧି ଲାଗି ରହିଛି । ଯାହାର ପ୍ରଭାବ ଘରୋଇ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ଆଜି(ଶନିବାର) ମୂଲ୍ୟବାନ ଧାତୁର ମୂଲ୍ୟରେ ହ୍ରାସ-ବୃଦ୍ଧି ଘଟିଛି । ଆଜି ସୁନା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଦେଶରେ ୧୦ ଗ୍ରାମ ସୁନା ମୂଲ୍ୟରେ ୬୦୦ ଟଙ୍କା ବଢ଼ିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୦୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୬,୪୦୦ ଟଙ୍କା ଥିଲା ।
ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୭୫୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୭,୭୦୦ ଟଙ୍କା ରହିଛି । ଯାହା ଗତକାଲି ୪୮,୪୫୦ ଟଙ୍କା ଥିଲା ।
ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ସୁନା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ସୁନା ମୂଲ୍ୟରେ ୧୫୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୬୫୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୫୦୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୫୨୦ ଟଙ୍କା ରହିଛି । ଯାହା ଗତକାଲି ୪୫,୩୭୦ ଟଙ୍କା ରହିଥିଲା ।
ଅନ୍ୟପକ୍ଷେ ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟରେ ସାମାନ୍ୟ ହ୍ରାସ ଦେଖାଦେଇଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୭୫୦ ଟଙ୍କା ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୭.୭୦୦ ଟଙ୍କା ରହିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୪୫୦ ଟଙ୍କା ଥିଲା ।