Horoscope Today: ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଗୁରୁବାର
Advertisement

Horoscope Today: ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଗୁରୁବାର


Horoscope of 22nd October 2020: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଗୁରୁବାର...

Horoscope Today: ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଗୁରୁବାର

Horoscope of 22nd October 2020
ମେଷ- ନିଜର ଦକ୍ଷତା ପ୍ରତିପାଦନ କରିବାରେ ସକ୍ଷମ ହେବେ । କର୍ମ କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।  

ବୃଷ-  କର୍ମ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିବେ । ଆୟ ବୃଦ୍ଧିର ସୂଚନା ମିଳୁଛି । ଚିନ୍ତାଧାରା ଉନ୍ନତମାନର ହେବ । ପାରିବାରିକ ସୁଖ ମିଳିବ ।  

ମିଥୁନ- ନୂତନ କର୍ମରେ ଯୋଗ ଦେଇ ଖୁସି ହେବେ । ମନ ପ୍ରସନ୍ନ ରହିବ । ଅର୍ଥ ପ୍ରାପ୍ତି ସୂଚନା ମିଳୁଛି । ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ଦୂରଯାତ୍ରା କରିପାରନ୍ତି ।  

କର୍କଟ- ମାନସିକ ଶାନ୍ତିବଜାୟ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ  ସହଯୋଗ ମିଳିବ । ଅକସ୍ମାତ ଧନ ପ୍ରାପ୍ତିର ଯୋଗ ରହିଛି । ଦାମ୍ପତ୍ୟ ଜୀବନ ବେଶ ସୁଖମୟ ହେବ । ଦୂରଯାତ୍ରା ସଫଳ ହେବ ।  

ସିଂହ- ସୌଭାଗ୍ୟ ବନ୍ତ ହେବେ । ସମସ୍ତ କ୍ଷେତ୍ରରେ ପାରଦର୍ଶିତା ଲାଭ କରିବେ । ପାରିବାରିକ ସୁଖଶାନ୍ତି ଅବ୍ୟାହତ ରହିବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୂକୁଳ ଅଟେ ।  

କନ୍ୟା- ନିଜ ସ୍ୱାସ୍ଥ୍ୟ ପ୍ରତି ସଚେତନ ହେବେ । ନିର୍ଭୀକ ଭାବେ କାର୍ଯ୍ୟ ସମ୍ପାଦନ କରିବେ । ବନ୍ଧୁଙ୍କ ସହଯୋଗ ମିଳିବ । ଆୟ ବୃଦ୍ଧି ପାଇବ । ଭୋଜିଭାତରେ ଯୋଗ ଦେବେ ।  

ତୁଳା-  ଘାତଚନ୍ଦ୍ର  ଭୋଗ ହେତୁ ସାମାନ୍ୟ କଥାକୁ କେନ୍ଦ୍ର କରି ବିବାଦୀୟ ପରିସ୍ଥିତି ଉପୁଜିପାରେ । ଖର୍ଚ୍ଚାନ୍ତ ହେବେ । ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ ।

ବିଛା- ଦାନ ଧର୍ମ ପ୍ରତି ମନ ବଳିବ । ଦିଅଁ ଦର୍ଶନ ପାଇଁ ଦୂରଯାତ୍ରା କରିବେ । ବ୍ୟୟ ଅଧିକ ହେବ । ସାମାନ୍ୟ ଅସୁସ୍ଥତା ବୋଧ ହେବ । ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇବ ।  

ଧନୁ- କର୍ମ ପ୍ରବଣତା ପ୍ରକାଶ ପାଇବ । ସମସ୍ତ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ଧନ ପ୍ରାପ୍ତିର ସୁଯୋଗ ସୃଷ୍ଟିହେବ । ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।

ଅଧିକ ପଢନ୍ତୁ: ଲଘୁଚାପ ଘନୀଭୂତ, ଆଗାମୀ ୨୪ ଘଣ୍ଟା ବର୍ଷିବ

ମକର- ସୁଖପୂର୍ଣ୍ଣ ଜୀବନ ଯାପନ କରିବେ । କର୍ମ କ୍ଷେତ୍ର ସହଜ ସରଳ ବୋଧଗମ୍ୟ ହେବ । ବନ୍ଧୁ ସାହାଯ୍ୟ ପାଇ ଖୁସି ହେବେ । ସନ୍ତାନଙ୍କ କୃତିତ୍ୱ ଆତ୍ମଶାନ୍ତି ପ୍ରଦାନ କରିବ ।

କୁମ୍ଭ- ମନରେ ଈର୍ଷାଭାବ ଜାଗ୍ରତ ହେବ । କ୍ରୋଧକୁ ନିୟନ୍ତ୍ରଣରେ ନ ରଖିଲେ ଅସୁବିଧାରେ ପଡିବେ । ଘାତଚନ୍ଦ୍ର  ଭୋଗ ହେତୁ ଦିନଟିରେ ଜଗି ରଖି ଚଳନ୍ତୁ । ଦୂରଯାତ୍ରାରୁ ନିିବୃତ୍ତ ରୁହନ୍ତୁ ।  

ମୀନ- ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରି ଆତ୍ମଶାନ୍ତି ଲଭିବେ । ଦିଅଁ ଦର୍ଶନ ମଙ୍ଗଳକର ହେବ । ଭୂମି କିମ୍ବା ଗୃହ କ୍ରୟ ପାଇଁ ଯୋଗାଯୋଗ ସ୍ଥାପନ କରିବେ ।ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ହେବ ।