ନିଜ ସ୍ୱାସ୍ଥ୍ୟ ପ୍ରତି ସଚେତନ ହେବେ
Trending Photos
ମେଷ- ମାନସିକ ଓ ଶାରୀରିକ ସୁସ୍ଥତା ବଜାୟ ରହିବ । କର୍ମ ଚଞ୍ଚଳ ହେବେ । କାର୍ଯ୍ୟାଳୟରେ ଦାୟିତ୍ୱର ସହ କାର୍ଯ୍ୟ ନିର୍ବାହ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଆୟ ବୃଦ୍ଧି ପାଇବ ।
ବୃଷ- ଶାରୀରିକ କ୍ଲେଶ ବୃଦ୍ଧିପାଇବ । ମାନସିକ ଅବସାଦ ଦେଖାଦେବ । ଆୟ ତୁଳନାରେ ବ୍ୟୟ ବୃଦ୍ଧି ପାଇବ । ଘାତ ଚନ୍ଦ୍ର ଭୋଗ ହେତୁ ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ । ଗାଡିମଟର ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ।
ମିଥୁନ-ନିଜ ସ୍ୱାସ୍ଥ୍ୟ ପ୍ରତି ସଚେତନ ହେବେ । ସ୍ଥିର ଚିତ୍ତରେ କାର୍ଯ୍ୟ କଲେ ସଫଳତା ପ୍ରାପ୍ତି ହେବ । ସେବା ପୂଜା ପାଇଁ ମନ ବଳିବ । ନବ ବିବାହିତ ଦମ୍ପତିଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ଅଟେ ।
କର୍କଟ- ଦୃଢମନା ହେବେ । କର୍ମ କ୍ଷେତ୍ରରେ ଉପରିସ୍ତ ଅଧିକାରୀଙ୍କ ପ୍ରଶଂସା ପାଇବେ । ଋଣ ପରିଶୋଧ କରି ଆତ୍ମଶାନ୍ତି ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭଦାୟକ ଅଟେ ।
ସିଂହ- ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ର ସହଜ, ସରଳ ଓ ଆନନ୍ଦଦାୟକ ହେବ । ବ୍ୟସ୍ତତା ମଧ୍ୟେ ଦିନ କାଟିବ । ପାରିବାରିକ ସୁଖଶାନ୍ତି ବିରାଜମାନ ହେବ । ବ୍ୟବସାୟ ଲାଭପ୍ରଦ ହେବ ।
କନ୍ୟା- ଶାରୀରିକ ସୁସ୍ଥତା ଲାଭ କରିବେ । କର୍ମ କ୍ଷେତ୍ର ଉଜ୍ଜଳମୟ ହେବ । ଆୟ ବୃଦ୍ଧି ପାଇବ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ । ବ୍ୟାଙ୍କିଙ୍ଗ୍ ଓ ଇନସୁରାନ୍ସ କର୍ମଚାରୀଙ୍କ ପାଇଁ ଦିନଟି ଶୁଭପ୍ରଦ ହେବ
ତୁଳା- ମାନସିକ ଶାନ୍ତିବଜାୟ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ । ଅକସ୍ମାତ ଧନ ପ୍ରାପ୍ତିର ଯୋଗ ରହିଛି । ଦାମ୍ପତ୍ୟ ଜୀବନ ବେଶ ସୁଖମୟ ହେବ ।
ବିଛା- ଶାନ୍ତିପୂଣ୍ଣ ର୍ ଜୀବନ ଯାପନ କରିବେ । କର୍ମ କ୍ଷେତ୍ର ସହଜ ସରଳ ବୋଧଗମ୍ୟ ହେବ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ । ବ୍ୟାଙ୍କ ଓ ବୀମା କର୍ମଚାରୀମାନେ ବିଶେଷ ଉପକୃତ ହେବେ ।
ଧନୁ- ମନ ପ୍ରସନ୍ନ ରହିବ । ପ୍ରତ୍ୟେକ କାର୍ଯ୍ୟ ସୁରୁଖୁରୁରେ ତୁଳାଇବେ । ବ୍ୟବସାୟରେ ଅଗ୍ରଗତି ହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ ।
ମକର- ଶରୀର ଅସୁସ୍ଥ ରହିବ । ଚିଡିଚିଡା ସ୍ୱଭାବର ହେବେ । ପାରିବାରିକ ଅଶାନ୍ତି ଦେଖାଦେବ । ବ୍ୟବସାୟ ସ୍ୱଳ୍ପଲାଭ ଯୁକ୍ତ ହେବ । ସନ୍ତାନଙ୍କ କାର୍ଯ୍ୟ କଳାପରେ ଅସନ୍ତୁଷ୍ଟ ରହିବେ ।
କୁମ୍ଭ- ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉତ୍ସାହ ପୂର୍ବକ ସମସ୍ତ କାର୍ଯ୍ୟ ଦାୟିତ୍ୱର ସହ ତୁଳାଇବେ । ଉପରିସ୍ତ ଅଧିକାରୀଙ୍କ ପ୍ରଶଂସାର ପାତ୍ର ହେବେ । ବ୍ୟବସାୟ ଲାଭପ୍ରଦ ହେବ । ଆୟ ବୃଦ୍ଧି ପାଇବ ।
ମୀନ- ଦେହ ଓ ମନ ଭଲ ରହିବ । ଯୋଜନା ଅନୁଯାୟୀ ସମସ୍ତ କାର୍ଯ୍ୟରେ ସଫଳତା ପ୍ରାପ୍ତି ହେବ । ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ ।