କେମିତି କଟିବ ମଙ୍ଗଳବାର
Advertisement

କେମିତି କଟିବ ମଙ୍ଗଳବାର

ସ୍ୱାସ୍ଥ୍ୟ ସମସ୍ୟାରୁ ମୁକୁଳିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭଜନକ ହେବ । 

କେମିତି କଟିବ ମଙ୍ଗଳବାର

ମେଷ-ହସ ଖୁସିର ଦିନ ଅତିବାହିତ ହେବ । ସ୍ୱାସ୍ଥ୍ୟ ଭଲ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ପ୍ରତିଯୋଗିତା ମନୋଭାବ ନେଇ କାର୍ଯ୍ୟ କରିବେ । ବ୍ୟବସାୟରେ ଅଭିବୃଦ୍ଧି ହେବ । ସନ୍ତାନଙ୍କ କାର୍ଯ୍ୟ କଳାପ ଆପଣଙ୍କୁ ଖୁସି ପ୍ରଦାନ କରିବ ।

ବୃଷ-ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ପ୍ରଶଂସା ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ପାରିବାରିକ ସୁଖଶାନ୍ତି ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କରେ ମଧୁରତା ଆସିବ ।

ମିଥୁନ- ସ୍ୱାସ୍ଥ୍ୟ ସଚେତନ ହେବେ । ସ୍ଥିର ଚିତ୍ତରେ ସମସ୍ତ କାର୍ଯ୍ୟ ସୂଚାରୁ ରୂପେ ତୁଳାଇବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ବ୍ୟବସାୟ ଭଲ ହେବ ।

କର୍କଟ- ଅସୁସ୍ଥତାରୁ ସଂପୂର୍ଣ୍ଣ ଆରୋଗ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ ସ୍ଥିତି ଅନୁକୂଳ ରହିବ । ବନ୍ଧୁ ସୂତ୍ରରୁ ଲାଭବାନ ହେବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭମୟ ଅଟେ

ସିଂହ- ଶରୀର ସୁସ୍ଥ ରହିବ । ପ୍ରତିଟି କାର୍ଯ୍ୟ ସଫଳତାର ସହ ସଂପାଦନ କରିବେ । ଆର୍ଥିକ ଅଭିବୃଦ୍ଧି ଘଟିବ । କାର୍ଯ୍ୟାଳୟରେ ଅଧ୍ୟସ୍ତନ କର୍ମଚାରୀଙ୍କ ଦ୍ୱାରା ସମ୍ମାନ ପାଇବେ ।

କନ୍ୟା- ଶରୀର ଆରୋଗ୍ୟ ରହିବ । କର୍ତ୍ତବ୍ୟ ନିଷ୍ଠ ହେବେ । ଆୟ ଓ ବ୍ୟୟ ସମାନ ରହିବ । ପାରିବାରିକ ସୁଖସମ୍ମାନ ଲାଭ କରିବେ । ସେବା ପୂଜା ପ୍ରତି ମନ ବଳିବ । ବ୍ୟବସାୟ ଲାଭପ୍ରଦ ହେବ ।

ତୁଳା- ମାନସିକ ଅବସାଦ ଦେଖାଦେବ । ଚିନ୍ତାଗ୍ରସ୍ତ ରହିବେ । କାର୍ଯ୍ୟରେ ବାଧା ଓ ଅବରୋଧ ଦେଖାଦେବ । ସହକର୍ମୀଙ୍କ ସହ ମତଭେଦ ଦେଖାଦେବ ।

ବିଛା- ସ୍ୱାସ୍ଥ୍ୟ ସମସ୍ୟାରୁ ମୁକୁଳିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭଜନକ ହେବ । ସନ୍ତାନଙ୍କ କାର୍ଯ୍ୟକଳାପରେ ସନ୍ତୁଷ୍ଟି ପ୍ରକାଶ କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଦୂରଯାତ୍ରା ସଫଳ ହେବ ।

ଧନୁ- ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଅଗ୍ରଗତି ଘଟିବ । ଆୟ ଅବ୍ୟାହତ ରହିବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନ ନିବେଶ କରିବେ ।

ମକର- ବିଳାସ ବ୍ୟସନରେ ଦୀନଚର୍ଯ୍ୟା କରିବେ । ବେପରୁଆ ଭାବେ ଖର୍ଚ୍ଚ କରିବେ । କର୍ମ କ୍ଷେତ୍ରରେ ପାରଦର୍ଶିତା ଦେଖାଇବେ । ବିବାଦୀୟ ଘଟଣାରେ ଜୟଯୁକ୍ତ ହେବେ । ସୁବର୍ଣ୍ଣ ସଂପଦ ପ୍ରାପ୍ତିର ଯୋଗ ରହିଛି ।

କୁମ୍ଭ- ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଅସହଯୋଗ ଅଶାନ୍ତିର କାରଣ ହେବ । ସନ୍ତାନଙ୍କ ପଢାପଢି ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ ।

ମୀନ-ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଅନୁକୂଳ ପରିବେଶ ସୃଷ୍ଟି ହେବ । ରୋଜଗାର ଭଲ ରହିବ । ବ୍ୟବସାୟ ଆଶାନୁରୂପକ ହେବ । ବିବାଦୀୟ ଘଟଣାରେ ବିଜୟୀ ହେବେ ।