ଜାଣନ୍ତୁ କିପରି କଟିବ ଆଜିର ଦିନ

ଜାଣନ୍ତୁ ଆଜିର ରାଶିଫଳ ଓ ଗ୍ରହବିଚାର ବିଷୟରେ

ଜାଣନ୍ତୁ କିପରି କଟିବ ଆଜିର ଦିନ
ସୌଜନ୍ୟ: ସୋସିଆଲ ମିଡିଆ

ମେଷ- ଶରୀର ଆରୋଗ୍ୟ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ପ୍ରତିଯୋଗିତା ମନୋଭାବ ନେଇ କାର୍ଯ୍ୟ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ ।

ବୃଷ- ସ୍ୱାସ୍ଥ୍ୟ ସଚେତନ ହେବେ । ବନ୍ଧୁବାନ୍ଧବଙ୍କ ଗହଣରେ ଦିନ କାଟିବେ । ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । ଅର୍ଥ ଓ ସମ୍ମାନ ମିଳିବ । ସାମାଜିକ ପ୍ରତିଷ୍ଠା ଅକ୍ଷୂର୍ଣ୍ଣ ରହିବ ।

ମିଥୁନ- ହସ ଖୁସିରେ ଦିନ ଅତିବାହିତ କରିବେ । ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚ ପ୍ରଶଂସା ମିଳିବ । ବ୍ୟବସାୟରେ ଅଗ୍ରଗତି ହେବ । ଦୂରଯାତ୍ରା ସଫଳ ହେବ ।

କର୍କଟ- ମୁଣ୍ଡବିନ୍ଧା, ଉଦର ପୀଡା ଭଳି ଅସୁସ୍ଥତା ଦେଖାଦେବ । କୌଣସି ବି କାର୍ଯ୍ୟ ଠିକ୍ ଭାବେ ତୁଳାଇପାରିବେ ନାହିଁ । ଧାର କରଜ କରିପାରନ୍ତି ।

ସିଂହ- ମନ ପ୍ରଫୁଲ୍ଲ ରହିବ । କର୍ମ କ୍ଷେତ୍ରରେ ଉତ୍ସାହ ସହ କାର୍ଯ୍ୟ ତୁଳାଇବେ । ଅକସ୍ମାତ ସୁସମ୍ବାଦ ପ୍ରାପ୍ତ ହେବ । ବିଭିନ୍ନ ସୂତ୍ରରୁ ଆୟର ଯୋଗ ରହୁଛି ।

କନ୍ୟା- ଦୃଢମନୋବଳ ଯୋଗୁଁ ପ୍ରତିଟି କାର୍ଯ୍ୟରେ ସଫଳ ହେବେ । ନିର୍ଦ୍ଦିଷ୍ଟ ସମୟ ପୂର୍ବରୁ କାର୍ଯ୍ୟ ସମ୍ପାଦନ କରିବେ । ଆୟ ଉତ୍ତମ ହେବ । ପାରିବାରିକ ସୁଖଶାନ୍ତି ଲାଭ କରିବେ ।

ତୁଳା- ଜୀବନ ଆନନ୍ଦମୟ ହେବ । ମାନ ସମ୍ମାନ ମିଳିବ । ବନ୍ଧୁ ସହଯୋଗ ପ୍ରାପ୍ତ ହେବ । ଅକସ୍ମାତ ଧନ ଲାଭର ସୂଚନା ମିଳୁଛି । ସୁସ୍ୱାଦୁ ଭୋଜନ ପ୍ରାପ୍ତ ହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ ।

ବିଛା- ମନ ବିଷର୍ଣ୍ଣ ରହିବ । କର୍ମ କ୍ଷେତ୍ରରେ ଅଶାନ୍ତିର ବାତାବରଣ ଦେଖାଦେବ । ଦୁଶ୍ଚିନ୍ତା ଦେଇ ଗତି କରିବେ । ଶାରୀରିକ କିମ୍ବା ମାନସିକ ଆଘାତ ପାଇବେ । ଆୟ ବ୍ୟୟ ପ୍ରାୟ ସମାନ ରହିବ ।

ଧନୁ- ଉତ୍ତମ ଆୟ ଯୋଗ ରହୁଛି । ମନ ପ୍ରଫୁଲ୍ଲ ରହିବ । ସୁସ୍ୱାଦୁ ଭୋଜନ ପ୍ରାପ୍ତ ହେବ । କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ମିଳିବ । ସୁସମ୍ବାଦ ପ୍ରାପ୍ତ ହେବ । ଦାମ୍ପତ୍ୟ ଜୀବନ ସୁଖ ବୋଧ ହେବ ।

ମକର- ମନ ପ୍ରସନ୍ନ ରହିବ । ପ୍ରିୟଜନଙ୍କ ଠାରୁ ଶୁଭ ଖବର ମିଳିବ । ଲିଖନ ପଠନରେ ଅଧିକାଂଶ ସମୟ ବିତିବ । ଅନ୍ୟକୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ ।

କୁମ୍ଭ- କର୍ତ୍ତବ୍ୟ ନିଷ୍ଠ ହେବେ । ଆୟ ଅବ୍ୟାହତ ରହିବ । ନୂତନ ଦ୍ରବ୍ୟ ଲାଭ ଯୋଗ ରହିଛି । ଉଚ୍ଚ ଆସା ସଫଳ ହେବ । ପାରିବାରିକ ଜୀବନ ଭୋଗବିଳାସରେ କଟିବ ।

ମୀନ- ବ୍ୟସ୍ତତା ମଧ୍ୟେ ଦିନ କଟିବ । କୌଣସି ଦୁଃସମ୍ବାଦ ପାଇ ବିଚଳିତ ହେବେ । ବାଦ ବିବାଦଠାରୁ ଦୂରେଇ ରୁହନ୍ତୁ । କଥାବାର୍ତ୍ତାରେ ସଂଯମତା ରଖି ଚଳନ୍ତୁ ।

ଗ୍ରହ ବିଚାର- ଜନ୍ମ ଜାତକରେ ବୁଧ ଓ ବୃହସ୍ପତି ଏକାଠି ଥିଲେ ଏହା ଅତ୍ୟନ୍ତ ଶୁଭ । ଏହି ଦୁଇ ଗ୍ରହ ଏକାଠି ରହି ଏହାକୁ ବୁଧଗୁରୁ ଯୋଗ କୁହାଯାଏ ।