ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ...

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏପରି ଆକ୍ରମଣ କରାଯାଇଥିବା ଅନୁମାନ କରାଯାଉଛି । 

ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ...
ପ୍ରତୀକାତ୍ମକ ଫଟୋ

ରାଧାଶ୍ୟାମ ଆଚାର୍ଯ୍ୟ, ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଫାଣ୍ଡି ଅନ୍ତର୍ଗତ ଧୁମୁଛଇ ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗାଁ ଛକରେ ସନ୍ତୋଷ ନାମକ ଜଣେ ଯୁବକଙ୍କୁ ହତ୍ୟା ଉଦ୍ୟମ ହୋଇଛି । ପେଟ୍ରୋଲ ଢାଳି ନିଆଁ ଲଗାଇ ହତ୍ୟା କରିବାକୁ ଉଦ୍ୟମ କରାଯାଇଥିବା ଜଣାପଡ଼ିଛି । 

ସୂଚନା ଅନୁସାରେ, ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏପରି ଆକ୍ରମଣ କରାଯାଇଥିବା ଅନୁମାନ କରାଯାଉଛି । ଫଳରେ ସନ୍ତୋଷଙ୍କ ଶରୀରର ୮୦ ପ୍ରତିଶତ ପୋଡ଼ି ଯାଇଛି । ତାଙ୍କୁ ପ୍ରଥମେ ଭଞ୍ଜନଗର ଏବଂ ପରେ ବ୍ରହ୍ମପୁର MKCG ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ଭଞ୍ଜନଗର ପୋଲିସ ଘଟଣାକ ତଦନ୍ତ ଆରମ୍ଭ କରିଛି । 

ଆହୁରି ପଢ଼ନ୍ତୁ; ଦୁଇ ବାଇକ ଧକ୍କା: ୧ ମୃତ, ୩ ଗୁରୁତର