• ବିହାର ନିର୍ବାଚନ: ଆଜି ପ୍ରଥମ ପର୍ଯ୍ୟାୟ ମତଦାନ
  • ବିହାର ନିର୍ବାଚନ: ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ
  • ସରିଲା ଦୁର୍ଗାପୂଜା, କୋରୋନା କଟକଣା ମଧ୍ୟରେ ଭସାଣୀ ଶେଷ
  • IPL 2020: ଆଜି ମୁମ୍ବାଇ ଓ ବାଙ୍ଗାଲୋର ମୁହାଁମୁହିଁ
  • ଆସନ୍ତା ନଭେମ୍ବର ୧ରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ,
  • କୋରୋନା କଟକଣା ମଧ୍ୟରେ ଖୋଲିବ ଶିମିଳିପାଳ
  • ପିଠାପଟା ପଟରୁ ୨୫ଟି ଓ ଯଶିପୁର କାଳିଆପାଣି ପଟୁ ୩୫ଟି ଗାଡ଼ି ପ୍ରବେଶ କରିପାରିବ
  • ଗୁଡ଼ଗୁଡ଼ିଆ, ରାମତୀର୍ଥ, ବରେହିପାଣି ଓ ଜାମୁଆଣିରେ ରାତ୍ରିଯାପନ ସୁବିଧା
  • ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜିଠାରୁ ଡିଜିଟାଲ ରାଲି କରିବେ

ଚୀନ ରାଷ୍ଟ୍ରପତିଙ୍କ ସ୍ୱାଗତ ପାଇଁ ପୁରା ପ୍ରସ୍ତୁତ ଚେନ୍ନାଇ ସହର

ସଂଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗ 

ଚୀନ ରାଷ୍ଟ୍ରପତିଙ୍କ ସ୍ୱାଗତ ପାଇଁ ପୁରା ପ୍ରସ୍ତୁତ ଚେନ୍ନାଇ ସହର

ନୂଆଦିଲ୍ଲୀ: ଚେନ୍ନାଇ ଏୟାରପୋର୍ଟରେ ପହଁଞ୍ଚିଛନ୍ତି  ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗ। ଚୀନ ରାଷ୍ଟ୍ରପତିଙ୍କ  ଏହି ୨ ଦିନିଆ ଗସ୍ତରେ ଦୁଇ ଦେଶ ମଧ୍ୟରେ ହେବ ବହୁ ଗୁରୁତ୍ବପୂର୍ଣ୍ଣ ଦ୍ବିପାକ୍ଷିକ ଆଲୋଚନା।  ସଂଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗ । ମହାବଳିପୁରମରେ ଭାରତ-ଚୀନ ମଧ୍ୟରେ ହେବାକୁ ଥିବା ଅନଔପଚାରିକ ଶିଖର ବୈଠକରେ ଦୁଇ ରାଷ୍ଟ୍ରମୁଖ୍ୟ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ । ଆଲୋଚନାରେ ମୁଖ୍ୟତଃ ଆତଙ୍କବାଦ ପ୍ରସଙ୍ଗ ସ୍ଥାନ ପାଇବ । କିନ୍ତୁ କାଶ୍ମୀର ପ୍ରସଙ୍ଗ ଆଲୋଚନାରେ ସ୍ଥାନ ପାଇବ ନାହିଁ ବୋଲି ଜଣା ପଡ଼ିଛି ।

 ଚୀନ ରାଷ୍ଟ୍ରପତି ପହଞ୍ଚିବା ପୂର୍ବରୁ ଚେନ୍ନାଇରେ ପହଞ୍ଚିଥିଲେ  ପ୍ରଧାନମନ୍ତ୍ରୀ ମୋଦି । ମୋଦିଙ୍କୁ  ବିମାନ ବନ୍ଦରରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ସଂଧ୍ୟା ୫ଟାରେ ଜିନପିଙ୍ଗଙ୍କ ସହ ପିଏମ ମୋଦି ସାକ୍ଷାତ କରିବେ । ଉଭୟ ନେତା ବିଭିନ୍ନ ମନ୍ଦିର ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ଗତକାଲି ଦୁଇ ନେତାଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ହେବ। । ଦ୍ୱିତୀୟ ଥର ମୋଦି ପ୍ରଧାନମନ୍ତ୍ରୀ ହେବା ପରେ ଜିନପିଙ୍ଗ ପ୍ରଥମଥର ପାଇଁ ଭାରତ ଗସ୍ତରେ ଆସୁଛନ୍ତି ।